ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଖିମ୍‌ଜୀ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ସୁନା ଓ ହୀରା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି ଓ ରୁପା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତି ପ୍ରଦାନ କରାଯାଉଛି। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଓଡ଼ିଶା ବଜାରରେ ଆମେ ଏ ପର୍ଯ୍ୟନ୍ତ ପ୍ରଦାନ କରିଥିବା ଅଫର ମଧ୍ୟରେ ଏହା ହେଉଛି ସର୍ବଶ୍ରେଷ୍ଠ ଅଫର ଏବଂ ସୁନା ଓ ହୀରା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି ଗ୍ରାହକମାନଙ୍କୁ ନିହାତି ଆକର୍ଷିତ କରିବ। ସେହିଭଳି ରୁପା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୦% ରିହାତିର ଲାଭ ଗ୍ରାହକମାନେ ଉଠାଇପାରିବେ ବୋଲି ମିତେଶ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ସମଗ୍ର ଓଡ଼ିଶାରେ ଖିମ୍‌ଜୀର ୯ଟି ଏକ୍ସକ୍ଲୁସିଭ ଆଉଟଲେଟ (ଶୋ’ରୁମ୍‌) ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଝାରସୁଗୁଡ଼ା, ପୁରୀ ଓ ରାଉରକେଲା ଠାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri