ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା: ‘ଭୀଷଣ ବାତ୍ୟା’ର ରୂପ ନେବ ‘ଦାନା’, ଏହି ୨ ଜିଲାରେ ଆସିବ ଜୁଆର

ଭୁବନେଶ୍ୱର,୨୧।୧୦: ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ଆଇଏମ୍‌ଡି ଡିଜି କହିଛନ୍ତି, ଆସନ୍ତାକାଲି ସକାଳେ ଅବପାତ ଏବଂ ୨୩ରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ୨୪ ରାତିରୁ ୨୫ ସକାଳ ମଧ୍ୟରେ ଉପକୂଳ ଛୁଇଁପାରେ ବାତ୍ୟା। ସ୍ଥଳଭାଗ ଛୁଇଁଲା ବେଳେ ପବନ ବେଗ ୧୦୦ରୁ ୧୨୦ କିମି ରହିପାରେ।

ଆଇଏମ୍‌ଡି ଡିଜି ଆହୁରି କହିଛନ୍ତି, ଏକ ‘ଭୀଷଣ ବାତ୍ୟା’ର ରୂପ ନେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ପ୍ରଭାବରେ ୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ତେବେ ୨୪ ଓ ୨୫ ତାରିଖରେ ବେଶୀ ବର୍ଷା ହେବ। ବାତ୍ୟା ହେଲେ ଜୁଆର ଆସିବା ସ୍ବାଭାବିକ କଥା। ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ଜୁଆର ଆସିବା ସମ୍ଭାବନା ରହିଥିବା ନେଇ ଡିଜି କହିଛନ୍ତି।

ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ହିଟ୍‌ କରିବ। ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବାତ୍ୟା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଅଧିକ ପ୍ରଭାବିତ ହୋଇପାରେ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?