Posted inଜାତୀୟ

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଯୋଜନାର ୨୨ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ ଦେଶର ୯.୩୨ କୋଟିରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୮,୬୪୦ କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ଆସାମର ଗୁଆହାଟୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏକ ‘ସିଙ୍ଗଲ କ୍ଲିକ’ ଜରିଆରେ ଏହି ଅର୍ଥରାଶି ପଠାଇଛନ୍ତି।
ସୂଚନାଯୋଗ୍ୟ, ଏହି ଯୋଜନା ଅଧୀନରେ ଚାଷୀଙ୍କୁ ବାର୍ଷିକ ୬,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଏ, ଯାହାକି ୨,୦୦୦ ଟଙ୍କା ଲେଖାଏ ତିନୋଟି କିସ୍ତିରେ ଚାଷୀଙ୍କ ଖାତାକୁ ଆସିଥାଏ। ଯଦି ଆପଣଙ୍କ ବ୍ୟାଙ୍କ ଖାତାକୁ ଏପର୍ଯ୍ୟନ୍ତ ୨୨ତମ କିସ୍ତିର ଟଙ୍କା ଆସିନାହିଁ କିମ୍ବା ମୋବାଇଲକୁ ମେସେଜ ଆସିନାହିଁ, ତେବେ ଏହାର କିଛି ଯାନ୍ତ୍ରିକ କିମ୍ବା ନିୟମଗତ କାରଣ ଥାଇପାରେ:
e-KYC: ଯଦି ଆପଣ ନିଜର ଇ-କେୱାଇସି (e-KYC) ପ୍ରକ୍ରିୟା ପୂରା କରିନାହାନ୍ତି।
ଭୂମି ଦସ୍ତାବେଜ: ଚାଷ ଜମି ସମ୍ପର୍କିତ କାଗଜପତ୍ର ଅପଡେଟ ନ ଥିଲେ।
ବ୍ୟାଙ୍କ ଆଧାର ଲିଙ୍କ:ବ୍ୟାଙ୍କ ଖାତା ସହ ଆଧାର କାର୍ଡ ସଂଯୋଗ ହୋଇ ନ ଥିଲେ।
ଆୟକର: ଯଦି ଆପଣ ଆୟକର (Income Tax) ପରିସରଭୁକ୍ତ ହୋଇଥାନ୍ତି।
ପ୍ରଧାନମନ୍ତ୍ରୀ ମୋଦି ସୂଚନା ଦେଇଛନ୍ତି ଯେ, ପିଏମ୍‌ କିଷାନ ଯୋଜନା ଆରମ୍ଭ ହେବା ଦିନଠାରୁ ଏପର୍ଯ୍ୟନ୍ତ ଚାଷୀଙ୍କ ଖାତାରେ ୪.୨୫ ଲକ୍ଷ କୋଟି ଟଙ୍କାରୁ ଅଧିକ ଅର୍ଥରାଶି ଜମା ହୋଇସାରିଲାଣି। କେବଳ ଆସାମରେ ପ୍ରାୟ ୧୯ ଲକ୍ଷ ଚାଷୀ ଏପର୍ଯ୍ୟନ୍ତ ୮,୦୦୦ କୋଟିରୁ ଅଧିକ ଟଙ୍କାର ସହାୟତା ପାଇସାରିଛନ୍ତି। ଏଥର ମୋଟ ୯,୩୨,୨୫,୯୧୩ ଜଣ ଚାଷୀଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri