ସୁଭଦ୍ରା ଟଙ୍କାରୁ ବାଦ୍‌ ପଡ଼ିଥିବା ମହିଳାଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୩୧।୭: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍‌ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ପୁନଃ ଆବେଦନ ଅନାବଶ୍ୟକ। ଆଉ ପୁନର୍ବାର ସେମାନଙ୍କୁ ଆବେଦନ କରିବାକୁ ପଡ଼ିବ ନାହିଁ। ତଥ୍ୟ ଯାଞ୍ଚ ଚାଲିଛି, ଯୋଗ୍ୟ ହେଲେ ସୁଭଦ୍ରା ଟଙ୍କା ଦେବେ ସରକାର। କାଲି ସୁଦ୍ଧା ୭ ହଜାର ହିତାଧିକାରୀଙ୍କ ମତାମତ ସଂଗ୍ରହ ହୋଇସାରିଛି। ମାସେ ଭିତରେ ୨୨ ହଜାର ହିତାଧିକାରୀଙ୍କ ମତାମତ ଆମର ଟାର୍ଗେଟ ରହିଛି। ଆହୁରି ୧୮ ଦିନ ସମୟ ଅଛି, ଠିକ ସମୟରେ ଟାର୍ଗେଟ ପୂରା ହୋଇଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା କରିପାରିବେ ଆବେଦନ।

ସୂଚନାନୁସାରେ ପ୍ରଥମ କିସ୍ତି ନେଲା ପରେ କିଏ ଆଇଟି ରିଟର୍ଣ୍ଣ ଭରିଛି ତ ଆଉ କିଏ ଗାଡ଼ି କିଣିଥିବା ଜଣା ପଡିଛି। ଏହାର ସର୍ଭେ ହେବ, ତଥ୍ୟ ସଠିକ ଥିଲେ ଆଉ ସୁଭଦ୍ରା ଟଙ୍କା ମିଳିବ ନାହିଁ ବୋଲି କହିଛନ୍ତି ପ୍ରଭାତୀ ପରିଡା। ଏପରିକି କି ୯୩ ହଜାର ମହିଳା ଯାହାଙ୍କୁ ୬୦ ବର୍ଷ ହୋଇଛି ସେମାନେ ସିଧାସଳଖ sspd ଜରିଆରେ ଭତ୍ତା ପାଇଁ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri