ସଲମାନଙ୍କୁ ବଡ଼ ପୁରସ୍କାର

ବଲିଉଡ୍‌ର ଭାଇଜାନ ସଲମାନ ଖାନ ଗତ ୩୪ ବର୍ଷ ହେବ ଲୋକଙ୍କ ମନୋରଞ୍ଜନ କରୁଛନ୍ତି। ତାଙ୍କର ପ୍ରଥମ ଫିଲ୍ମ ‘ବିବି ହୋ ତୋ ୟୈସି’ ୧୯୮୮ରେ ମୁକ୍ତିଲାଭ କରିଥିଲା। ସଲମାନଙ୍କ କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ଜବରଦସ୍ତ କ୍ରେଜ ଅଛି। ନିକଟରେ ସାଉଦି ଆରବର ରାଜଧାନୀ ରିୟାଦରେ ଆୟୋଜିତ ହୋଇଥିବା ଜୟ ପୁରସ୍କାର ସମାରୋହରେ ସଲମାନଙ୍କୁ ସମ୍ମାନିତ କରାଯାଇଛି, ସେ ଏହାର ଏକ ଫଟୋ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ତାଙ୍କୁ ସାଉଦି ଆରବରେ ‘ପର୍ସନାଲିଟି ଅଫ ଦି ଇୟର’ ପୁରସ୍କାର ପ୍ରଦାନ କରାଯାଇଥିଲା। ଫଟୋ ସହିତ ସଲ୍ଲୁ କ୍ୟାପସନ ରଖିଛନ୍ତି – ମୋର ଭାଇ ବୁ ନାସିରଙ୍କୁ ଭେଟି ଖୁସି ଲାଗିଲା। ଏହି ଫଟୋରେ ସଲମାନ ଖାନ ଏକ କଳା ସୁଟରେ ନଜର ଆସିଛନ୍ତି। ସଲମାନ ଖାନଙ୍କ ପ୍ରଶଂସକମାନେ ଏହି ପୋଷ୍ଟରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ନିକଟରେ ସଲମାନ ଖାନଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ଭିଡିଓରେ ସେ ହଲିଉଡ ଅଭିନେତା ଜନ ଟ୍ରାଭୋଲଟାଙ୍କୁ ଭେଟିଥିଲେ।
ବିଗତ କିଛି ମାସ ଧରି, ବିଗ ବସ କାରଣରୁ ସଲ୍ଲୁ ଅଧିକ ବ୍ୟସ୍ତ ଥିଲେ। କିନ୍ତୁ ଏବେ ବିଗ ବସ ସରିବା ପରେ ସଲମାନ ଖାନ ତାଙ୍କ ଫିଲ୍ମ ପାଇଁ ଶୁଟିଂ ଆରମ୍ଭ କରିବେ। ବିଶେଷକରି ସଲମାନ ‘ଟାଇଗର ୩’ର ଅବଶିଷ୍ଟ ଅଶଂ ଶୁଟିଂ ଶେଷ କରିବେ। ଦର୍ଶକମାନେ ମଧ୍ୟ ଏହି ଫିଲ୍ମ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ସେ କ୍ୟାଟ୍ରିନା କୈଫଙ୍କ ସହ ସ୍କ୍ରିନ ଶେୟାର କରୁଥିବା ନଜର ଆସିବେ। ଏହା ବ୍ୟତୀତ ‘କିକ ୨’, ‘କଭି ଇଦ କଭି ଦିୱାଲୀ’ ଏବଂ ‘ବଜରଙ୍ଗୀ ଭଜନ’ ର ସିକ୍ୱେଲରେ ସଲ୍ଲୁ ଅଭିନୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri