Posted inଖେଳ

ଇଂଲଣ୍ଡର ବୃହତ ବିଜୟ

ଦୋହା,୨୩।୧୧: କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ମ୍ୟାଚରେ ବୃହତ ବିଜୟ ହାସଲ କରିଛି ଇଂଲଣ୍ଡ। ଓ୍ବିଙ୍ଗର ବୁକାୟୋ ସାକାଙ୍କ ଡବଲ ଗୋଲ ବଳରେ ୬-୨ରେ ଇରାନକୁ ପରାସ୍ତ କରିଥିଲା ଇଂଲଣ୍ଡ। ଖଲିଫା ଷ୍ଟାଡିୟମରେ ଆତସବାଜି ପ୍ରଦର୍ଶନ ପରେ ମ୍ୟାଚ ଆରମ୍ଭ ହୋଇଥିଲା। ଇଂଲଣ୍ଡ ୪-୨-୩-୧ ଓ ଇରାନ ୫-୪-୧ କମ୍ବିନେଶନରେ ପଡିଆକୁ ଓହ୍ଲାଇଥିଲେ। ମ୍ୟାଚ ଆରମ୍ଭରୁ ବିଶ୍ୱ ମାନ୍ୟତାରେ ୫ମ ସ୍ଥାନରେ ଥିବା ଇଂଲଣ୍ଡ ଆକ୍ରମଣାତ୍ମକ ଫୁଟବଲ ଖେଳିଥିଲା। ପ୍ରଥମାର୍ଦ୍ଧର ୩୬ ମିନିଟ ଯାଏ ଉଭୟ ଦଳ ଗୋଲ ସ୍କୋର କରିବାରେ ଅସମର୍ଥ ହୋଇଥିଲେ। ମ୍ୟାଚର ୩୬ ତମ ମିନିଟରେ ଇଂଲଣ୍ଡ ପକ୍ଷରୁ ଜୁଡ ବେଲିଂହାମ ପ୍ରଥମ ଗୋଲ ସ୍କୋର କରିଥିଲେ। ଲୁକ୍‌ ଶଙ୍କ ପାଶକୁ ହେଡର କରିଥିଲେ ବେଲିଂହାମ୍‌। ୪୩ ତମ ମିନିଟରେ ଓ୍ବିଙ୍ଗର ସାକା ନିଜର ପ୍ରଥମ ଗୋଲ ସ୍କୋର କରିବା ସହିତ ଇଂଲଣ୍ଡକୁ ୨-୦ରେ ଆଗୁଆ କରିଥିଲେ। ପ୍ରଥମାର୍ଦ୍ଧ ଶେଷ ହେବା ବେଳକୁ ଫରଓ୍ବାର୍ଡ ରହିମ ଷ୍ଟର୍ଲିଂ ଆଉ ଏକ ଗୋଲ ଦେଇଥିଲେ। ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ଇଂଲଣ୍ଡ ୩-୦ରେ ଆଗୁଆ ରହିଥିଲା। ପ୍ରଥମାର୍ଦ୍ଧ ପରେ ଉଭୟ ଦଳ ପକ୍ଷରୁ ଆକ୍ରମଣ ଜୋରଦାର କରାଯାଇଥିଲା। ମାତ୍ର ଇଂଲଣ୍ଡ ଦଳ ମ୍ୟାଚର ୭୯ ପ୍ରତିଶତ ସମୟ ବଲକୁ ନିୟନ୍ତ୍ରଣରେ ରଖିଥିଲେ। ୬୨ ମିନିଟରେ ସାକା ବ୍ୟକ୍ତିଗତ ଦ୍ୱିତୀୟ ଓ ଇଂଲଣ୍ଡ ପକ୍ଷରୁ ଚତୁର୍ଥ ଗୋଲ ସ୍କୋର କରିଥିଲେ। ଏହାର ୩ ମିନିଟ ପରେ ଇରାନ ପକ୍ଷରୁ ଫରଓ୍ବାର୍ଡ ଖେଳାଳି ମେହଦୀ ଟାରେମୀ ପ୍ରଥମ ଗୋଲ ପରିଶୋଧ କରିଥିଲେ। ୭୧ ତମ ମିନିଟରେ ମାର୍କସ ରାସଫୋର୍ଡ ଓ ୮୯ ତମ ମିନିଟରେ ଜ୍ୟାକ୍‌ ଗ୍ରୀଲିସ୍‌ ଗୋଟିଏ ଲେଖାଏ ଗୋଲ ସ୍କୋର କରିବାରୁ ଇଂଲଣ୍ଡ ୬-୧ରେ ଆଗୁଆ ରହିଥିଲା। ମାତ୍ର ମ୍ୟାଚ ଇଞ୍ଜୁରୀ ଟାଇମରେ ରହିଥିବା ବେଳେ ଇରାନ ପକ୍ଷରୁ ତଥା ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ ମେହଦୀ ଟାରେମୀ। ବକ୍ସ ମଧ୍ୟରେ ସାର୍ଟ ଟଣାଯାଇଥିବା ବେଳେ ଇରାନକୁ ଏକ ପେନାଲ୍ଟି ମିଳିଥିଲା। ଟାରେମୀ ଏହାକୁ ଗୋଲରେ ପରିଣତ କରିଥିଲେ ହେଁ ଇଂଲଣ୍ଡ ବୃହତ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?