Posted inଖେଳ

ଥାଲାଇଭାସ୍‌ର ବୃହତ୍‌ ବିଜୟ

ଜୟପୁର,୧୭ା୧(ପି.ଟି.): ଅଜିଙ୍କ୍ୟ ପାଓ୍ବାରଙ୍କ ସୁପର୍‌ ୧୦ ବଳରେ ବୁଧବାର ପ୍ରୋ କବାଡି ଲିଗ୍‌ରେ ପାଟନା ପାଇରେଟ୍ସ ବିପକ୍ଷରେ ବୃହତ ବିଜୟ ହାସଲ କରିଛି ତାମିଲ ଥାଲାଇଭାସ୍‌। ଥାଲାଇଭାସ୍‌ ପକ୍ଷରୁ ଅଜିଙ୍କ୍ୟ ପାଓ୍ବାର ୧୦ ଓ ରେଡରର ନରେନ୍ଦର ୬ ପଏଣ୍ଟ ସ୍କୋର କରିଥିବା ବେଳେ ଦଳ ୪୧-୨୫ରେ ବିଜୟ ହାସଲ କରିଥିଲା। ମ୍ୟାଚ୍‌ ଆରମ୍ଭରୁ ଉଭୟ ଦଳ ଆକ୍ରମଣାତ୍ମକ ଢଙ୍ଗରେ ଆରମ୍ଭ କରିଥିଲେ। ପାଇରେଟ୍ସ ପ୍ରଥମରୁ ୪-୨ରେ ଆଗୁଆ ରହିଥିବା ବେଳେ ଅଜିଙ୍କ୍ୟ ଓ ସାଗର ମ୍ୟାଚକୁ ସମାନ୍ତର ସ୍ଥିତିକୁ ଆଣିଥିଲେ। ତେବେ ପାଇରେଟ୍ସକୁ ଅଲଆଉଟ କରି ଥାଲାଇଭାସ୍‌ ଅଗ୍ରଣୀକୁ ୧୨-୬ରେ ପହଞ୍ଚାଇଥିଲେ। ୧୪ତମ ମିନିଟ ସୁଦ୍ଧା ଅଗ୍ରଣୀ ୧୬-୮ରେ ପହଞ୍ଚତ୍ଥିବା ବେଳେ ପ୍ରଥମାର୍ଦ୍ଧ ବେଳକୁ ଏହା ୨୦-୧୧ରୋ ରହିଥିଲା।
ଦ୍ୱିତୀୟାର୍ଦ୍ଧର ଆରମ୍ଭରୁ ଅଜିଙ୍କ୍ୟ ପାଓ୍ବାର ଏକ ସୁପର ରେଡ୍‌ କରିବା ସହିତ ଦଳକୁ ୨୫-୧୧ରେ ଆଗୁଆ ରଖିଥିଲେ। ୨୯ ତମ ମିନିଟରେ ପାଇରେଟ୍ସ ପକ୍ଷରୁ ଅଙ୍କିତ ଏକ ଚମତ୍କାର ଟ୍ୟାକେଲ୍‌ କରିଥିଲେ। ତେବେ ଥାଲାଇଭାସ୍‌ ୪୧-୨୫ରେ ମ୍ୟାଚ୍‌କୁ ଜିତି ନେଇଥିଲା। ବୁଧବାର ଦବଙ୍ଗ ଦିଲ୍ଲୀ-ଗୁଜରାଟ ଜାଏଣ୍ଟ୍ସ, ଜୟପୁର ପିଙ୍କ ପାନ୍ଥର୍ସ-ହରିଆଣା ଷ୍ଟିଲର୍ସ ମଧ୍ୟରେ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri