ଉତ୍ତାଳ ସମୁଦ୍ର, ସବୁଠି ସତର୍କ

ଭୋଗରାଇ, ୫।୧୨(ଡି.ଏନ.ଏ.) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଜୱାଦ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ମୁହାଁ ହେଉଥିବାରୁ କୂଳବାସୀଙ୍କୁ ଆଶ୍ୱସ୍ତି କରିଛି। ତେବେ ପାଗର ଅବନତି ହୋଇଥିବା ବେଳେ ବାତ୍ୟାର ଭୟ ମନରୁ ଲିଭିନାହିଁ । ଶୁକ୍ରବାର ମଧ୍ୟରାତ୍ରିରୁ ଅବିଶ୍ରାନ୍ତ ବିକ୍ଷିପ୍ତ ବର୍ଷା ଲାଗି ରହିଥିବା ବେଳେ ପାଗ କୋହଲା ରହିଛି। ବତାଶର ବେଗ ସ୍ବାଭାବିକ ଥିବା ବେଳେ ସମୁଦ୍ର ଅଶାନ୍ତ ହୋଇଛି। ବାତ୍ୟାଜନିତ କାରଣ ଓ ଅମାବାସ୍ୟା ତିଥି ଭରା ଜୁଆରସାଥୀ ହେବାରୁ ସମୁଦ୍ର ଉତ୍ତାଳ ହୋଇ କୂଳଆଡ଼କୁ ୭ରୁ ୮ଫୁଟ୍‌ ଉଚ୍ଚର ଢ଼େଉ ମାଡ଼ି ଆସି ସୁରକ୍ଷିତ ଓ ଅସୁରକ୍ଷିତ ଦୁର୍ବଳ ନଦୀବନ୍ଧରେ ଧକ୍କା ଦେଉଛି।
ବାଲେଶ୍ୱର ଉପକୂଳ ତଳିଆ ଅଞ୍ଚଳର ଲୋକମାନଙ୍କୁ ସତର୍କ ରହିବା ସହିତ ଆବଶ୍ୟକ ପଡ଼ିଲେ ସେମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସ୍କୁଲ ଗୃହକୁ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ବାଲେଶ୍ୱର ଜିଲା ଭୋଗରାଇର ଉଦୟପୁର, ତାଳସାରୀ, ରଣସିଂପୁର, କୀର୍ତ୍ତନିଆ, ବାଲିଆପାଳର ଡଗରା, କଙ୍କଡ଼ାପାଳ, ଚାଉଳତି ସହ ବାହାବଳପୁର, ବଳରାମଗଡ଼ି, ଚାନ୍ଦିପୁର ଆଦି ପର୍ଯ୍ୟଟନ ଏବଂ ମତ୍ସ୍ୟ ଅବତରଣ କେନ୍ଦ୍ରରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସମୁଦ୍ରକୁ ନ ଯିବାକୁ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଅପରପକ୍ଷରେ ଭୋଗରାଇ ସୀମାନ୍ତ ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣୀ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପଶ୍ଚିମବଙ୍ଗ ପ୍ରଶାସନ ପର୍ଯ୍ୟଟକଙ୍କ ନିମନ୍ତେ ସମୁଦ୍ରକୂଳିଆ କଡ଼ା ପହରା ଓ ସଚେତନ ସତର୍କତା କରୁଛନ୍ତି। ସେଠାରେ ଏନ୍‌ଡିଆର୍‌ଏଫ୍‌ର ୨୫ଜଣିଆ ୧୮ଟି ଟିମ୍‌ ମୁତୟନ କରାଯାଇଥିବା ସୂଚନା ମିଳିଛି। ସହସ୍ରାଧିକ ମାଛଧରା ଟ୍ରଲର ଓ ଡଙ୍ଗା କୂଳରେ ସୁରକ୍ଷିତ ଭାବେ ରହିଥିବା ବେଳେ ଅଦିନିଆ ଝଡ଼ବର୍ଷା ଚାଷୀ କୂଳକୁ ଚିନ୍ତିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri