ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ ଫସର୍‌ ଫାଟିଲା। ରାଜ୍ୟରେ ଭାଜପା ସରକାର ଗଠନ ପରେ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସୂର୍ଯ୍ୟ ଉଦୟ ହୋଇଛି ବୋଲି କୁହାଯାଇଛି। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ଶିଳ୍ପ ପ୍ରତିଷ୍ଠା ପାଇଁ ମହାକାଳପଡ଼ା ବ୍ଲକ ମହାନଦୀ ପାଶର୍‌ବବର୍ତ୍ତୀ ଗ୍ରାମଗୁଡ଼ିକ ବୁଲି ସ୍ଥାନ ଦେଖିଥିଲେ। ବିଶେଷ କରି ବ୍ଲକର ଷାଠିଏବାଟି, ଗୋଖାଖଟି, ଆଖଡ଼ାଶାଳୀ ଆଦି ଅଞ୍ଚଳ ବୁଲି ଜିଲା ପ୍ରଶାସନ ଅନୁଧ୍ୟାନ କରିଥିଲା। ଏଠାରେ ଏକ ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ହେବ ବୋଲି କୁହାଯାଉଛି। ଏହାର ଦାୟିତ୍ୱ ଏଲ୍‌ଆଣ୍ଡଟି କମ୍ପାନୀ ନେବ। ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ରଘୁରାମ ଆର. ଆୟର, ଉପ ଜିଲାପାଳ ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର, ସ୍ଥାନୀୟ ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ ଆୟରଙ୍କୁ ପଚାରିବାରେ ସବୁଜ ଆମୋନିଆ ପ୍ଲାଣ୍ଟ ସ୍ଥାନ ପରିଦର୍ଶନ କରିଥିବା ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri