ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ ଫସର୍‌ ଫାଟିଲା। ରାଜ୍ୟରେ ଭାଜପା ସରକାର ଗଠନ ପରେ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସୂର୍ଯ୍ୟ ଉଦୟ ହୋଇଛି ବୋଲି କୁହାଯାଇଛି। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ଶିଳ୍ପ ପ୍ରତିଷ୍ଠା ପାଇଁ ମହାକାଳପଡ଼ା ବ୍ଲକ ମହାନଦୀ ପାଶର୍‌ବବର୍ତ୍ତୀ ଗ୍ରାମଗୁଡ଼ିକ ବୁଲି ସ୍ଥାନ ଦେଖିଥିଲେ। ବିଶେଷ କରି ବ୍ଲକର ଷାଠିଏବାଟି, ଗୋଖାଖଟି, ଆଖଡ଼ାଶାଳୀ ଆଦି ଅଞ୍ଚଳ ବୁଲି ଜିଲା ପ୍ରଶାସନ ଅନୁଧ୍ୟାନ କରିଥିଲା। ଏଠାରେ ଏକ ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ହେବ ବୋଲି କୁହାଯାଉଛି। ଏହାର ଦାୟିତ୍ୱ ଏଲ୍‌ଆଣ୍ଡଟି କମ୍ପାନୀ ନେବ। ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ରଘୁରାମ ଆର. ଆୟର, ଉପ ଜିଲାପାଳ ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର, ସ୍ଥାନୀୟ ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ ଆୟରଙ୍କୁ ପଚାରିବାରେ ସବୁଜ ଆମୋନିଆ ପ୍ଲାଣ୍ଟ ସ୍ଥାନ ପରିଦର୍ଶନ କରିଥିବା ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri