ଗୋପାଳପୁରରେ ହେବ ଗ୍ରୀନ୍‌ ଆମୋନିଆ ପ୍ଲାଣ୍ଟ

ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା):ଗ୍ରୀଡ୍‌କୋ ବିଦ୍ୟୁତ୍‌ ନିୟାମକ ଆୟୋଗ ଗ୍ରୀନ୍‌ ଏନର୍ଜି ଓପନ ଆକ୍ସେସ୍‌ ରେଗୁଲେଶନ୍ସ, ୨୦୨୩ ଅଧୀନରେ ମେସର୍ସ ଅଭାଡା ଗ୍ରୀନ୍‌ ଏଚ୍‌ ୨ ପ୍ରାଇଭେଟ୍‌ ଲିମିଟେଡ୍‌୍‌ ସହ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁସାରେ ୨୫ ବର୍ଷ ପାଇଁ ଗଞ୍ଜାମର ଗୋପାଳପୁରରେ ବାର୍ଷିକ ୦.୫ ମେଟ୍ରିକ ଟନ୍‌ ବିଶିଷ୍ଟ ଗ୍ରୀନ୍‌ ଆମୋନିଆ ପ୍ଲାଣ୍ଟ ପାଇଁ ୩୦୦ ମେଗାୱାଟର ସବୁଜ ପାୱାର ବ୍ୟାଙ୍କିଙ୍ଗ୍‌ ସୁବିଧା ପ୍ରଦାନ କରିବ। ଆସନ୍ତା ୨୫ ବର୍ଷ ପାଇଁ ଏହି ଚୁକ୍ତି ବୈଧ ରହିବ। ବୁଝାମଣାପତ୍ର ସ୍ବାକ୍ଷର ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ବର୍ତ୍ତମାନ ସୁଦ୍ଧା, ରାଜ୍ୟରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କାର ନିବେଶ ଏବଂ ୨୨,୦୦୦ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସହିତ ୧୪ଟି ସବୁଜ ହାଇଡ୍ରୋଜେନ/ଆମୋନିଆ ପ୍ରକଳ୍ପକୁ ଅନୁମୋଦନ କରିଛୁ। ରାଜ୍ୟରେ ସବୁଜ ହାଇଡ୍ରୋଜେନ ଏବଂ ଆମୋନିଆ ଶିଳ୍ପ ପ୍ରତିଷ୍ଠାରେ ଏହା ଏକ ଐତିହାସିକ ଘଟଣା। ଜଳ ବ୍ୟତୀତ ସବୁଜ ହାଇଡ୍ରୋଜେନ ଏବଂ ଆମୋନିଆ ଉତ୍ପାଦନ ପାଇଁ ନବୀକରଣୀୟ ଶକ୍ତି ହେଉଛି ମୁଖ୍ୟ ଉପାଦାନ। ରାଜ୍ୟରେ ଅକ୍ଷୟ ଶକ୍ତି ପ୍ରକଳ୍ପ ସ୍ଥାପନ ପାଇଁ ଓଡ଼ିଶା ସମସ୍ତ ସୁଯୋଗ ଏବଂ ପ୍ରୋତ୍ସାହନ ଯୋଗାଇଦେଉଛି । ଯେହେତୁ ଅକ୍ଷୟ ଶକ୍ତି ବିଦ୍ୟୁତ୍‌ ଉତ୍ପାଦନ ଅସ୍ଥିର, ଆମେ ସବୁଜ ଶକ୍ତିର ବ୍ୟାଙ୍କିଙ୍ଗ୍‌ ପାଇଁ ବ୍ୟବସ୍ଥା ସୃଷ୍ଟି କରିଛୁ, ଯାହା ସବୁଜ ହାଇଡ୍ରୋଜେନ ଏବଂ ଆମୋନିଆ ଡେଭଲପରମାନଙ୍କୁ ୨୪ ଘଣ୍ଟା ସବୁଜ ଶକ୍ତି ଯୋଗାଇବ । ସୂଚନା ଥାଉକି, ଗ୍ରୀନ୍‌ ହାଇଡ୍ରୋଜେନ ଏବଂ ଆମୋନିଆ ବିକାଶ ପାଇଁ ଓଡ଼ିଶା ଭାରତର ଅଗ୍ରଣୀ ରାଜ୍ୟ । ଅନୁକୂଳ ନୀତି, ବିକଶିତ ସାମୁଦ୍ରିକ ବନ୍ଦର ସହିତ ସବୁଜ ଶକ୍ତି ପାଇବା ପାଇଁ ଆବଶ୍ୟକ ଭିତ୍ତିଭୂମି, ସାର, ଇସ୍ପାତ ଏବଂ ଅନ୍ୟାନ୍ୟ ଧାତୁ ଶିଳ୍ପ ଏବଂ ତୈଳ ବିଶୋଧନାଗାରରେ ସବୁଜ ହାଇଡ୍ରୋଜେନ / ଆମୋନିଆର ଆବଶ୍ୟକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri