୨୦୪୦ ସୁଦ୍ଧା ସବୁଜ ରାଜଧାନୀ

ଭୁବନେଶ୍ୱର,୭।୨(ବ୍ୟୁରୋ):ବର୍ତ୍ତମାନ ସମଗ୍ର ବିଶ୍ୱର ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ମୁଖ୍ୟ ସମସ୍ୟା ହୋଇଛି। ଏହାଦ୍ୱାରା ଖୁବ୍‌ଶୀଘ୍ର ସମୁଦ୍ର ପତନ ବୃଦ୍ଧି ପାଇ ବିଶ୍ୱର ଅନେକ ସମୁଦ୍ର ତଟସ୍ଥ ସହର ଭାରତ ବର୍ଷର ବମ୍ବେ, କୋଚି ତଥା ଓଡ଼ିଶାର ପାରାଦ୍ୱୀପ ଆଦି ୫ଫୁଟ ପାଣି ଭିତରେ ରହିବ ବୋଲି ବିଶ୍ୱ ପରିବେଶ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି। ଏପରିସ୍ଥଳେ ବ୍ୟାପକ ବୃକ୍ଷରୋପଣ ୨୦୪୦ ସୁଦ୍ଧା ଓଡ଼ିଶା ମାଟିରୁ ଆରମ୍ଭ କରି ସମଗ୍ର ବିଶ୍ୱରେ ଓଡ଼ିଶାକୁ ସବୁଜ ରାଜଧାନୀରେ ପରିଣତ କରିବା ପାଇଁ ସୋମବାର ପ୍ରେରଣା ଗ୍ରୀନ ଆର୍ମି ପକ୍ଷରୁ ଆୟୋଜିତ ୩୦ଟି ଜିଲାର ଗ୍ରୀନ୍‌ଆର୍ମି କମାଣ୍ଡାଣ୍ଟ, ୩୧୪ ବ୍ଲକର କମାଣ୍ଡାଣ୍ଟ, ସମସ୍ତ ଏନ୍‌ଏସି ଓ ପଞ୍ଚାୟତର ଶହ ଶହ ଗ୍ରୀନ୍‌ ଆର୍ମିମାନେ ଗୀତଗୋବିନ୍ଦ ସଦନରେ ଏକତ୍ରିତ ହୋଇ ଶପଥ ଗ୍ରହଣ କରିଛନ୍ତି। ଏହି ଅଭିଯାନ ଏବେଠାରୁ ଚାଲିବା ସହିତ ଓଡ଼ିଶାର ସହରଠାରୁ ପୁରପଲ୍ଲୀ ପର୍ଯ୍ୟନ୍ତ ବୃକ୍ଷରୋପଣ ପାଇଁ ଏକ ବ୍ୟାପକ ଜନଜାଗରଣ ସୃଷ୍ଟି କରିବା ପାଇଁ ସେମାନେ ସଂକଳ୍ପ ନେଇଛନ୍ତି। କାର୍ଯ୍ୟକ୍ରମରେ ବିଧାୟକ ସୋମ୍ୟରଞ୍ଜନ ପଟ୍ଟନାୟକ, ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଞ୍ଜୟ ବେହୁରା, କଣ୍ଠଶିଳ୍ପୀ ଜୟଶ୍ରୀ ଧଳ, ରାଜ୍ୟ ପାଇକ ଆଖଡ଼ା ସଂଘର ସଭାପତି ପ୍ରକାଶ ଶ୍ରୀଚନ୍ଦନ, ଡ. ଦଲୀପ ଶ୍ରୀଚନ୍ଦର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?