ଗ୍ରୀନ୍‌ ହିରୋ ସମିଟ୍‌, ଧରିତ୍ରୀ କ୍ଲାଇମେଟ୍‌ ଫିଲ୍ମ ଫେଷ୍ଟ

ଭୁବନେଶ୍ୱର,୨୨।୧୧(ବନ୍ଦନା ସେଠୀ): ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣ ନଭେମ୍ବର ୨୩ ଏବଂ ୨୪ ଦୁଇଦିନ ଧରି ଆୟୋଜିତ ହେବ। ନଭେମ୍ବର ୨୩ରେ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶାଠାରେ ସମ୍ମିଳନୀର ପ୍ରଥମ ପର୍ବ ‘ଗ୍ରୀନ୍‌ ହିରୋ ସମିଟ୍‌’ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ବିଭିନ୍ନ ସ୍ଥାନରେ ପରିବେଶ ସଂରକ୍ଷଣ ଉପରେ କାର୍ଯ୍ୟ କରୁଥିବା ୨୦୦ରୁ ଊର୍ଦ୍ଧ୍ୱ ଗ୍ରୀନ୍‌ ହିରୋମାନେ ଏକତ୍ରିତ ହୋଇ ପରିବେଶ ସମ୍ପର୍କିତ ସେମାନଙ୍କର ଅଭିଜ୍ଞତାକୁ ବାଣ୍ଟିବେ।
ଏହି ଅବସରରେ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ଧରିତ୍ରୀ କ୍ଲାଇମେଟ୍‌ ଫିଲ୍ମ ଫେଷ୍ଟ ଆୟୋଜନ ହେବ। ଏଥିରେ ପରିବେଶ ଆଧାରିତ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ୧୫ଟି କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହେବ। ସେଥିମଧ୍ୟରୁ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ଚଳଚ୍ଚିତ୍ରକୁ ସମ୍ମିଳନୀର ଦ୍ୱିତୀୟ ଦିବସ ଅର୍ଥାତ୍‌ ନଭେମ୍ବର ୨୪ରେ ପୁରସ୍କୃତ କରାଯିବ। ଚଳଚ୍ଚିତ୍ର ଚୟନ କରିବା ପାଇଁ ଚଳଚ୍ଚିତ୍ର ନିର୍ମାତା ସୁଶାନ୍ତ ମିଶ୍ର ଏବଂ ସ୍ନେହାଶିଷ ଦାସ ଜୁରି ସଦସ୍ୟ ଭାବେ ଦାୟିତ୍ୱ ନିର୍ବାହ କରିବେ। ଏସମ୍ପର୍କରେ ସ୍ନେହାଶିଷ କହିଛନ୍ତି, ଚଳିତବର୍ଷ ଫିଲ୍ମ ଫେଷ୍ଟିଭାଲକୁ ଆସିଥିବା ଚଳଚ୍ଚିତ୍ରଗୁଡିକ ପରିବେଶର ବିଭିନ୍ନ ଦିଗ ଯଥା ଜଳବାୟୁ ପରିବର୍ତ୍ତନ, ଗଛ କାଟିବା, ଚାରା ରୋପଣ, ବାୟୁ ପ୍ରଦୂଷଣ, ଶିଳ୍ପ ଆବର୍ଜନା ଆଦି ଉପରେ ଆଧାରିତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?