ଗ୍ରୀନ୍‌ ହାଇଡ୍ରୋଜେନ ମିଶନକୁ ମଞ୍ଜୁରୀ: ସୃଷ୍ଟି ହେବ ୬ ଲକ୍ଷ ନିଯୁକ୍ତି ସୁଯୋଗ…

ନୂଆଦିଲ୍ଲୀ,୪।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ ବୁଧବାର ଜାତୀୟ ଗ୍ରୀନ ହାଇଡ୍ରୋଜେନ ମିଶନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଭାରତ ସବୁଜ ହାଇଡ୍ରୋଜେନର ବିଶ୍ୱସ୍ତରୀୟ ହବରେ ପରିଣତ ହେବ। ପ୍ରତିବର୍ଷ ୫୦ ଲକ୍ଷ ଟନ ସବୁଜ ହାଇଡ୍ରୋଜେନ ଉତ୍ପାଦନ ହେବ ।

ସେ କହିଛନ୍ତି ଯେ ଏହି ଯୋଜନା ଅନୁଯାୟୀ ୨୦୩୦ ସୁଦ୍ଧା ବାର୍ଷିକ ୫୦ ଲକ୍ଷ ଟନ ସବୁଜ ହାଇଡ୍ରୋଜେନ ଉତ୍ପାଦନ ହେବ। କ୍ରେତା-ବିକ୍ରେତାମାନଙ୍କୁ ଗୋଟିଏ ଛାତ ତଳେ ଆଣିବା ପାଇଁ ସବୁଜ ହାଇଡ୍ରୋଜେନ କେନ୍ଦ୍ର ବିକଶିତ ହେବ। ଦେଶରେ ଇଲେକ୍ଟ୍ରୋଲାଇଜର ଉତ୍ପାଦନ ସମ୍ବନ୍ଧରେ ପାଞ୍ଚ ବର୍ଷ ପାଇଁ ପ୍ରୋତ୍ସାହନ ମଧ୍ୟ ଦିଆଯିବ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି ଯେ ୬୦-୧୦୦ ଗିଗାଓ୍ବାଟର ଇଲେକ୍ଟ୍ରୋଲାଇଜର କ୍ଷମତା ସୃଷ୍ଟି ହେବ। ଇଲେକ୍ଟ୍ରୋଲାଇଜର ଉତ୍ପାଦନ ଏବଂ ସବୁଜ ହାଇଡ୍ରୋଜେନ ଉତ୍ପାଦନ ପାଇଁ ୧୭,୪୯୦ କୋଟି ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ସବୁଜ ହାଇଡ୍ରୋଜେନର ହବ ବିକାଶ ପାଇଁ ୪୦୦ କୋଟିର ବ୍ୟବସ୍ଥା କରାଯାଇଛି।

ଜାତୀୟ ଗ୍ରୀନ ହାଇଡ୍ରୋଜେନ ମିଶନ ପାଇଁ ୧୯,୭୪୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ମିଶନରେ ଆଠ ଲକ୍ଷ କୋଟି ଟଙ୍କାର ସିଧାସଳଖ ବିନିଯୋଗ ହେବ। ଏହା ଦ୍ୱାରା ୬ ଲକ୍ଷ ନିଯୁକ୍ତି ସୁଯୋଗ ହେବ। ଏହା ସହିତ ଗ୍ରୀନ ହାଉସ ନିର୍ଗମନ ୫୦ ନିୟୁତ ଟନ ହ୍ରାସ ପାଇବ ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି ଯେ ହିମାଚଳ ପ୍ରଦେଶ ପାଇଁ ୩୮୨ ମେଗାୱାଟ ସୁନ୍ନି ଡ୍ୟାମ ଜଳ ବିଦ୍ୟୁତ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏହାର ମୂଲ୍ୟ ୨,୬୧୪ କୋଟି ଟଙ୍କା ହେବ। ଏହା ସତଲେଜ ନଦୀ ଉପରେ ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri