ମେଦ ସମସ୍ୟା ଦୂର କରେ ଗ୍ରୀନ୍‌ ମଟର

ଶୀତଦିନେ ବେଶି ମିଳୁଥିବା ପରିବା ମଧ୍ୟରେ ଗ୍ରୀନ୍‌ ମଟର ଅନ୍ୟତମ। ଏଥିରେ ଭିଟାମିନ୍ସ ଓ ମିନେରାଲ୍ସ ଭରି ରହିଛି। ଏଥିରେ ଅନେକ ଉପକାରୀ ତତ୍ତ୍ୱ ରହିଛି। ତେବେ ଏହି ତାଲିକାରେ ନିକଟରେ ଆଉ ଏକ କଥାକୁ ସାମିଲ କରାଯାଇଛି। ଯଦି ଜଣେ ବ୍ୟକ୍ତି ପ୍ରାୟ ନିୟମିତ ଗ୍ରୀନ୍‌ ମଟରରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତି ତେବେ ସେ ନିଜର ଓଜନକୁ କେତେକାଂଶରେ ନିୟନ୍ତ୍ରଣରେ ରଖିପାରିବେ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ ଏପରି ଖାଦ୍ୟ ଖାଇବାକୁ ୟୁନିଭର୍ସିଟି ଅଫ କାଲିଫର୍ନିଆର ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷରେ ନିୟମିତ ସମୟ ଅନ୍ତରାଳରେ ସେମାନଙ୍କର ଓଜନ କେତେ ରହୁଛି ତାହାକୁ ତର୍ଜମା କରାଯାଇଥିଲା। ଏହାଦ୍ୱାରା ସେମାନଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ବ୍ୟକ୍ତିଙ୍କର ଓଜନ କେତେକାଂଶରେ କମୁଥିବାର ଜଣାପଡ଼ିଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେବଳ ସେତିକି ନୁହେଁ, ଗ୍ରୀନ୍‌ ମଟର ଶରୀରରେ ବ୍ଲଡ ସୁଗାର ଲେଭଲ୍‌କୁ ମଧ୍ୟ ଏହା ସନ୍ତୁଳିତ ରଖେ। ଏଥିରେ ଆଇରନ୍‌ ଓ ଫାଇବର୍‌ ଅଧିକ ପରିମାଣରେ ଥିବାରୁ ଖାଦ୍ୟ ଠିକ୍‌ ଭାବେ ହଜମ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri