ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ

ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏହି ପ୍ରକଳ୍ପ ପାଇଁ ରୁଟ୍ ଚୂଡ଼ାନ୍ତ ହୋଇଛି ଏବଂ କ୍ୟାବିନେଟ୍ କମିଟି ଅନ୍ ଆଫେୟାର୍ସ (CCA)ର ଅନୁମୋଦନ ପରେ ତୁରନ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୮,୩୦୦ କୋଟି ଟଙ୍କା ରହିଛି।

ଏହି ରାଜପଥର ଲମ୍ବ ୧୬୦.୧୮ କିଲୋମିଟର। ଏହା ରାଜ୍ୟ ଉପକୂଳରେ ଯୋଜନା କରାଯାଇଥିବା ୩୪୬ କିଲୋମିଟର କରିଡରର ଏକ ଅଂଶ। ଏହାକୁ ଚାରି ଲେନ୍‌ ବିଶିଷ୍ଟ ଆକ୍ସେସ୍-କଣ୍ଟ୍ରୋଲ୍ ରାସ୍ତାରେ ବିକଶିତ କରାଯିବ, ଯାହା କୋଣାର୍କ ଚାରିପାଖର ପର୍ଯ୍ୟଟନ ଯାତାୟାତକୁ ସୁଗମ କରିବ। ଏହାକୁ ଦୁଇ ଲେନ୍‌ ବିଶିଷ୍ଟ ରାଜପଥ (ପେଭ୍‌ଡ୍ ସୋଲ୍ଡର ସହିତ) ଭାବେ ନିର୍ମାଣ କରାଯିବ, ଯାହା ଆଗାମୀ ବନ୍ଦର ଓ ଲଜିଷ୍ଟିକ୍ସ ହବ୍ ସହିତ ସଂଯୋଗରେ ଉନ୍ନତି ଆଣିବ।

ଏହି ରାଜପଥରେ ମହାନଦୀ ଉପରେ ଏକ ୩.୩ କିଲୋମିଟର ଲମ୍ବର ସେତୁ ସମେତ ୩୬ଟି ବଡ଼ ପୋଲ, ୮୯ଟି ଛୋଟ ପୋଲ ଏବଂ ୪୫ଟି ଭେଇକିଲ୍ ଅଣ୍ଡରପାସ୍ ନିର୍ମାଣ କରାଯିବ।

ଏହି ଉପକୂଳ ରାଜପଥ କାର୍ଯ୍ୟକ୍ଷମ ହେଲେ, ରମେଶ୍ୱର ଓ ପାରାଦୀପ ମଧ୍ୟରେ ଯାତ୍ରା ଦୂରତା ୨୧୦ କିଲୋମିଟରରୁ ଘଟି ୧୬୦.୧୮ କିଲୋମିଟରକୁ ହ୍ରାସ ପାଇବ। ଏହା ସହ ବର୍ତ୍ତମାନ ୫.୫ ଘଣ୍ଟା ଲାଗୁଥିବା ସମୟ ପ୍ରାୟ ୩ ଘଣ୍ଟାକୁ କମିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri