ସମଲିଙ୍ଗୀ ବିବାହକୁ ସବୁଜ ସଙ୍କେତ: ବିବାହ ସମାନତା ବିଲ୍‌କୁ ମଞ୍ଜୁରୀ…

ବ୍ୟାଙ୍କକ,୨୧।୧୧: ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ଥାଇଲାଣ୍ଡର କ୍ୟାବିନେଟ ମଙ୍ଗଳବାର ଏହାର ସିଭିଲ କୋଡରେ ସଂଶୋଧନକୁ ଅନୁମୋଦନ କରିଛି। ଆସନ୍ତା ମାସରେ ସଂସଦରେ ଏହି ଡ୍ରାଫ୍ଟ ଉପସ୍ଥାପିତ ହେବ ବୋଲି ଆଶା କରାଯାଉଛି।

ଡେପୁଟି ସରକାରୀ ମୁଖପାତ୍ର କରୋମ ପୋଲପର୍ନକଲାଙ୍ଗ କହିଛନ୍ତି ନାଗରିକ ତଥା ବାଣିଜି୍ୟକ ସଂହିତା ସଂଶୋଧନ ଦ୍ୱାରା ସମଲିଙ୍ଗୀ ଦମ୍ପତିଙ୍କ ପାଇଁ ପୁରୁଷ ଏବଂ ସ୍ତ୍ରୀ, ସ୍ବାମୀ-ସ୍ତ୍ରୀ ଶବ୍ଦ ବ୍ୟକ୍ତି ଏବଂ ବିବାହ ସାଥୀ ଭାବେ ପରିବର୍ତ୍ତନ କରାଯିବ।

ସେ କହିଛନ୍ତି ଏହା ସମଲିଙ୍ଗୀ ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନ କରି ପରିବାର ଗଠନ କରିବାର ଅଧିକାର ଗ୍ୟାରେଣ୍ଟି ଦେବ। ସମଲିଙ୍ଗୀ ଦମ୍ପତିଙ୍କୁ ମଧ୍ୟ ସ୍ବୀକୃତି ଦେବା ପାଇଁ ପେନସ୍‌ନ ପାଣ୍ଠି ଆଇନରେ ସଂଶୋଧନ କରାଯିବ ବୋଲି ସେ କହିଛନ୍ତି। ଡିସେମ୍ବର ୧୨ ରେ ସଂସଦରେ ଆଇନର ଡ୍ରାଫ୍ଟ ପ୍ରସ୍ତାବ ଆଗତ ହେବ ବୋଲି ପ୍ରଧାନମନ୍ତ୍ରୀ ଶ୍ରେଥା ଥାଭିସିନ ଗଣମାଧ୍ୟମକୁ କହିଛନ୍ତି। ସଂସଦର ଅନୁମୋଦନ ଏବଂ ରାଜା ମହା ଭାଜିରାଲୋଙ୍ଗକର୍ନଙ୍କ ସମର୍ଥନ ପରେ ଯଦି ଏହା ଆଇନରେ ପରିଣତ ହୁଏ, ତେବେ ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ତାଇୱାନ ଏବଂ ନେପାଳ ପରେ ଥାଇଲାଣ୍ଡ ଏସିଆରେ ତୃତୀୟ ଦେଶ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri