ପୁରୀରେ ହେବ ଗ୍ରୀନଫିଲ୍ଡ ବିମାନ ବନ୍ଦର

ଝାରସୁଗୁଡ଼ା ଅଫିସ,୨୨ା୧୧: ପୁରୀରେ ଖୁବ୍‌ଶୀଘ୍ର ଗ୍ରୀନ୍‌ଫିଲ୍ଡ ବିମାନ ବନ୍ଦର ନିର୍ମାଣ ହେବ। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଆବଶ୍ୟକ ଜବାବ ମିଳିବା ପରେ ପୁରୀରେ ବିମାନ ବନ୍ଦର ନିର୍ମାଣ କରାଯିବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି। ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ସୋମବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରୀୟସ୍ତରୀୟ ଉଡ଼ାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ରିଜିଓନାଲ କମ୍ୟୁନିକେଶନ ସ୍କିମ୍‌(ଆର୍‌ସିଏସ୍‌) ଉଡ଼ାନ ଯୋଜନାକୁ ଲୋକାର୍ପିତ କରିଥିଲେ। ପରେ ସେ ବନ୍ଦର ପରିସରରେ ପ୍ରଦର୍ଶିତ ସମ୍ବଲପୁରୀ ବାନ୍ଧକଳା, ହସ୍ତତନ୍ତ ଓ ଚିତ୍ରକଳା ପରିଦର୍ଶନ କରିଥିଲେ।
ଏହି ଅବସରରେ ବନ୍ଦର ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ର ମନ୍ତ୍ରୀ ସିନ୍ଧିଆ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଏମ୍‌ପି ସୁରେଶ ପୂଜାରୀ, ଜୁଏଲ ଓରାମ, ବିଧାୟକ କିଶୋର ମହାନ୍ତି, କୁସୁମ ଟେଟେ, ଶଙ୍କର ଓରାମ, ଭବାନୀ ଭୋଇ, ନାଉରୀ ନାୟକ, ମଧୁସୂଦନ ପାଢୀ, ସଚିବ ରାଜୀବ ବଂଶଲ, ଯୁଗ୍ମସଚିବ ଉଷା ପାଢୀ, ଜିଲାପାଳ ସରୋଜ କୁମାର ସାମଲ, ଭାଜପା ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଦେଶର ଝାରସୁଗୁଡ଼ା ସମେତ ସମୁଦାୟ ୫୩ ବିମାନ ବନ୍ଦରରେ ଉଡାନ ଉତ୍ସବ ପାଳନ କରାଯାଇଥିଲା। ଭର୍ଚ୍ଚୁଆଲ ମାଧ୍ୟମରେ ୫୨ ବିମାନ ବନ୍ଦର ଯୋଡି ହୋଇଥିଲେ। ଏଥିରେ ଶିଲଂର ମେଘାଳୟ ବିମାନ ବନ୍ଦରରୁ ଏକ ନୂଆ ବିମାନ ଉଡାଣ କରିଥିଲା। କେନ୍ଦ୍ରମନ୍ତ୍ରୀ ସିନ୍ଧିଆ ଓ ଅନ୍ୟ ଅତିଥିମାନେ ପତାକା ଦେଖାଇ ଏହାକୁ ଶୁଭାରମ୍ଭ କରିଥିଲେ। କେନ୍ଦ୍ରମନ୍ତ୍ରୀ କହିଥିଲେ, ଝାରସୁଗୁଡ଼ା ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବାର ମାତ୍ର ୨ବର୍ଷ ହୋଇଛି। ହେଲେ ଅନ୍ୟାନ୍ୟ ବିମାନ ବନ୍ଦର ତୁଳନାରେ ଏହି ବିମାନ ବନ୍ଦରର ବ୍ୟବସାୟିକ ସଫଳତା ବହୁତ ଭଲ ରହିଛି। କରୋନା ସମୟରେ ସାରା ଦେଶରେ ଯାତ୍ରୀ ସଂଖ୍ୟା ୬୨% ହ୍ରାସ ପାଇଥିବା ବେଳେ ଝାରସୁଗୁଡ଼ା ବିମାନ ବନ୍ଦରରେ ମାତ୍ର ୫% ହ୍ରାସ ପାଇଥିବା ଦେଖିବାକୁ ମିଳିଥିଲା ବୋଲି ସିନ୍ଧିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri