ପୁରୀରେ ହେବ ଗ୍ରୀନଫିଲ୍ଡ ବିମାନ ବନ୍ଦର

ଝାରସୁଗୁଡ଼ା ଅଫିସ,୨୨ା୧୧: ପୁରୀରେ ଖୁବ୍‌ଶୀଘ୍ର ଗ୍ରୀନ୍‌ଫିଲ୍ଡ ବିମାନ ବନ୍ଦର ନିର୍ମାଣ ହେବ। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଆବଶ୍ୟକ ଜବାବ ମିଳିବା ପରେ ପୁରୀରେ ବିମାନ ବନ୍ଦର ନିର୍ମାଣ କରାଯିବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି। ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ସୋମବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରୀୟସ୍ତରୀୟ ଉଡ଼ାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ରିଜିଓନାଲ କମ୍ୟୁନିକେଶନ ସ୍କିମ୍‌(ଆର୍‌ସିଏସ୍‌) ଉଡ଼ାନ ଯୋଜନାକୁ ଲୋକାର୍ପିତ କରିଥିଲେ। ପରେ ସେ ବନ୍ଦର ପରିସରରେ ପ୍ରଦର୍ଶିତ ସମ୍ବଲପୁରୀ ବାନ୍ଧକଳା, ହସ୍ତତନ୍ତ ଓ ଚିତ୍ରକଳା ପରିଦର୍ଶନ କରିଥିଲେ।
ଏହି ଅବସରରେ ବନ୍ଦର ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ର ମନ୍ତ୍ରୀ ସିନ୍ଧିଆ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଏମ୍‌ପି ସୁରେଶ ପୂଜାରୀ, ଜୁଏଲ ଓରାମ, ବିଧାୟକ କିଶୋର ମହାନ୍ତି, କୁସୁମ ଟେଟେ, ଶଙ୍କର ଓରାମ, ଭବାନୀ ଭୋଇ, ନାଉରୀ ନାୟକ, ମଧୁସୂଦନ ପାଢୀ, ସଚିବ ରାଜୀବ ବଂଶଲ, ଯୁଗ୍ମସଚିବ ଉଷା ପାଢୀ, ଜିଲାପାଳ ସରୋଜ କୁମାର ସାମଲ, ଭାଜପା ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଦେଶର ଝାରସୁଗୁଡ଼ା ସମେତ ସମୁଦାୟ ୫୩ ବିମାନ ବନ୍ଦରରେ ଉଡାନ ଉତ୍ସବ ପାଳନ କରାଯାଇଥିଲା। ଭର୍ଚ୍ଚୁଆଲ ମାଧ୍ୟମରେ ୫୨ ବିମାନ ବନ୍ଦର ଯୋଡି ହୋଇଥିଲେ। ଏଥିରେ ଶିଲଂର ମେଘାଳୟ ବିମାନ ବନ୍ଦରରୁ ଏକ ନୂଆ ବିମାନ ଉଡାଣ କରିଥିଲା। କେନ୍ଦ୍ରମନ୍ତ୍ରୀ ସିନ୍ଧିଆ ଓ ଅନ୍ୟ ଅତିଥିମାନେ ପତାକା ଦେଖାଇ ଏହାକୁ ଶୁଭାରମ୍ଭ କରିଥିଲେ। କେନ୍ଦ୍ରମନ୍ତ୍ରୀ କହିଥିଲେ, ଝାରସୁଗୁଡ଼ା ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବାର ମାତ୍ର ୨ବର୍ଷ ହୋଇଛି। ହେଲେ ଅନ୍ୟାନ୍ୟ ବିମାନ ବନ୍ଦର ତୁଳନାରେ ଏହି ବିମାନ ବନ୍ଦରର ବ୍ୟବସାୟିକ ସଫଳତା ବହୁତ ଭଲ ରହିଛି। କରୋନା ସମୟରେ ସାରା ଦେଶରେ ଯାତ୍ରୀ ସଂଖ୍ୟା ୬୨% ହ୍ରାସ ପାଇଥିବା ବେଳେ ଝାରସୁଗୁଡ଼ା ବିମାନ ବନ୍ଦରରେ ମାତ୍ର ୫% ହ୍ରାସ ପାଇଥିବା ଦେଖିବାକୁ ମିଳିଥିଲା ବୋଲି ସିନ୍ଧିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri