ମହାକାଳପଡ଼ା ଦେଇ ଯିବ ଗ୍ରୀନ୍‌ଫିଲ୍ଡ ରାଜପଥ

ମହାକାଳପଡ଼ା,୮ା୮ (ଡି.ଏନ୍‌. ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ରାଜପଥ। ଏହି ରାଜପଥ ନିର୍ମାଣ ହେଲେ ସମୁଦ୍ର ଉପକୂଳ ଅଞ୍ଚଳ ପଶ୍ଚିମବଙ୍ଗର କୋଲକାତା ପର୍ଯ୍ୟନ୍ତ ପରିବହନ, ଗମନାଗମନ ସୁଦୃଢ ହେବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି। ବ୍ଲକର ପାଟୁକି ପଙ୍କ, ଦେକଣି, କୋରଡପଙ୍କା, ନଳଦିଆ ଶାସନ, ଗତାନଈ, ନାରାୟଣପୁର, ମଶାକଣି, ଯଦୁପୁର, ନୂଆଗଁା, ଓସ୍ତର, ତେରଗଁା, ସାମନ୍ତସିଂହାରପୁର, ମଙ୍ଗଳପୁର, ବଉଳପଡ଼ା, ତିଥି, କିଆରବାଙ୍କ, ବିଜୟନଗର, ବାବର, ପୋଟିଆ, ରାମଚନ୍ଦ୍ରପୁର ଆଦି ଗଁାର ଚାଷଜମି ଉପରେ ଏହି ରାଜପଥ ନିର୍ମାଣ ହେବ ବୋଲି କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ରାଜ ମାର୍ଗ ମନ୍ତ୍ରଣାଳୟ ଜାତୀୟ ରାଜପଥ ଗ୍ରୀନ ଫିଲ୍ଡ ହାଇୱେ ପ୍ରକଳ୍ପ ଓଡ଼ିଶା କେନ୍ଦ୍ରାପଡ଼ା ଜିଲା ପକ୍ଷରୁ ଦୈନିକ ଓଡ଼ିଆ ଖବର କାଗଜ ଧରିତ୍ରୀରେ ରବିବାର ବିଜ୍ଞାପିତ ପ୍ରକାଶିତ ପାଇଛି। ଏହାପରେ ସ୍ଥାନୀୟ ଲୋକମାନେ ଖୁସି ପ୍ରକଟ କରିଛନ୍ତି। ରାଜପଥ ନିର୍ମାଣ ହେଲେ ଜମି ଅଧିଗ୍ରହଣ କରାଯାଇ କ୍ଷତିଗ୍ରସ୍ତ ଜମି ମାଲିକଙ୍କୁ ଉଚିତ ମୂଲ୍ୟ ମିଳିବ। ରାଜପଥ ନିର୍ମାଣ ହେଲେ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ବହୁ ଛୋଟ ବଡ଼ ବ୍ୟବସାୟ ପ୍ରତିଷ୍ଠାନ ଗଢ଼ି ଉଠିବା ସହ ଶିଳ୍ପ କାରଖାନା ପ୍ରତିଷ୍ଠା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ବୋଲି ସ୍ଥାନୀୟ ଲୋକମାନଙ୍କ ମନରେ ଆଶା ସଞ୍ଚାର ହୋଇଛି। ଜାତୀୟ ରାଜପଥ ଗ୍ରୀନ ଫିଲ୍ଡ ହାଇୱେ ପ୍ରକଳ୍ପ ନିର୍ମାଣ ହେଲେ ମହାକାଳପଡ଼ା ବ୍ଲକ ବିକାଶର ନୂଆ ଯୁଗ ଆରମ୍ଭ ହେବ ବୋଲି ସାମାଜିକ କର୍ମୀ ସୁବାସ ଚନ୍ଦ୍ର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri