Posted inଖେଳ

ଗ୍ରୀନ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ‘ଏ’ ଅଗ୍ରଣୀ

ସିଡ୍‌ନୀ, ୮।୧୨-କାମେରନ ଗ୍ରୀନ୍‌ଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆ ‘ଏ’ ଏଠାରେ ଚାଲିଥିବା ଭାରତ ‘ଏ’ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚରେ ୩୯ ରନରେ ଅଗ୍ରଣୀଲାଭ କରିଛି। ଭାରତ ଏହାର ପ୍ରଥମ ଇନିଂସକୁ ୨୪୭/୯ରେ ଘୋଷଣା କରିଥିବାବେଳେ ସୋମବାର ଦ୍ୱିତୀୟ ଦିବସ ଶେଷସୁଦ୍ଧା ଅଷ୍ଟ୍ରେଲିଆ ‘ଏ’ ୮ ଉଇକେଟ ହରାଇ ୨୮୬ ରନ ସ୍କୋର କରିଛି। ୧୭୩ଟି ବଲ୍‌ ଖେଳିଥିବା ଗ୍ରୀନ୍‌ ୧୧୪ ରନରେ ଅପରାଜିତ ଅଛନ୍ତି।
ଭାରତର ଉମେଶ ଯାଦବ ପ୍ରଭାବୀ ବୋଲିଂ କରି ଅଷ୍ଟ୍ରେଲିଆ ‘ଏ’ର ଦୁଇ ଓପନର ଓ୍ବିଲ୍‌ ପୁକୋଭସ୍କି (୧) ଏବଂ ଜୋ ବନର୍‌ସ(୪)ଙ୍କୁ ମାତ୍ର ୫ ରନ ମଧ୍ୟରେ ପ୍ୟାଭିଲିୟନ ପଠାଇ ଭାରତୀୟ ଶିବିରରେ ଉତ୍ସାହ ଭରିଥିଲେ। ମାର୍କୁସ ହାରିସଙ୍କ ୩୫, ଟିମ୍‌ ପେନ୍‌ଙ୍କ ୪୪ ଏବଂ ମାଇକେଲ ନେସରଙ୍କ ୩୩ ରନ ସହାୟତାରେ ଅଷ୍ଟ୍ରେଲିଆ ‘ଏ’ ସମ୍ମାନଜନକ ସ୍କୋର କରିବାରେ ସକ୍ଷମ ହୋଇଥିଲା। ଭାରତୀୟ ବୋଲରଙ୍କ ମଧ୍ୟରେ ଉମେଶ ସର୍ବାଧିକ ୩ଟି ଏବଂ ମହମ୍ମଦ ସିରାଜ ଓ ରବିଚନ୍ଦ୍ରନ ଅଶ୍ୱିନ ୨ଟି ଲେଖାଏ ଉଇକେଟ ନେଇଥିଲେ। ଭାରତ ‘ଏ’ ଏହାର ପୂର୍ବଦିନର ସ୍କୋର ୨୩୭/୮ରେ ଆଉ ୧୦ ରନ ଯୋଡ଼ିବା ସହ ୧ ଉଇକେଟ ହରାଇବାରୁ ଇନିଂସ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri