Odisha Elections 2024

ଜେଏସ୍‌ଏଲ୍‌କୁ ଗ୍ରୀନ୍‌ଟେକ୍‌ କ୍ବାଲିଟି ପୁରସ୍କାର

କଳିଙ୍ଗନଗର,୨୮।୬(ଶୁଭାଶିଷ ରାଉତ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷ କରି ଗୁଣାତ୍ମକ ଉନ୍ନତି ବର୍ଗ ଅଧୀନରେ ଜେଏସ୍‌ଏଲ୍‌ର କଳିଙ୍ଗନଗର ୟୁନିଟ୍‌ (ପ୍ଲାଣ୍ଟ)କୁ ସମ୍ମାନ ଜନକ ଗ୍ରୀନ୍‌ଟେକ କ୍ବାଲିଟି ଏବଂ ଇନୋଭେଶନ ଆୱାର୍ଡ-୨୦୨୩ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର ପୁରସ୍କାର ବିତରଣ ଉତ୍ସବରେ ଆସାମର ପୂର୍ବତନ ରାଜ୍ୟପାଳ ଜଗଦୀଶ ମୁଖୀ ମୁଖ୍ୟ ଅତିଥି, ଗ୍ରୀନ୍‌ଟେକ ଫାଉଣ୍ଡେଶନର ଅଧ୍ୟକ୍ଷ କମଲେଶ୍ୱର ଶରଣ ଏବଂ ପୂର୍ବତନ ସାଂସଦ ମହାବଳ ମିଶ୍ର ଅତିଥି ଭାବେ ଯୋଗଦେଇ ଏହି ପୁରସ୍କାର ପ୍ରଦାନ କରିଥିଲେ। ବିଶେଷ କରି ଉତ୍କର୍ଷ ପାଇଁ ଉତ୍ସର୍ଗୀକୃତର ଏକ ପ୍ରମାଣ, ଶୀର୍ଷ ସ୍ତରୀୟ ଗୁଣବତ୍ତା ଏବଂ ଅଭିନବ ବର୍ଗରେ କ୍ରମାଗତ ୨ୟ ଥର ପାଇଁ ଜେଏସ୍‌ଏଲ୍‌ ଏହି ପୁରସ୍କାର ହାସଲ କରିଛି। ସୂଚନାଯୋଗ୍ୟ ନୂଆଦିଲ୍ଲୀ ଗ୍ରୀନ୍‌ଟେକ ଫାଉଣ୍ଡେଶନ୍‌ ଦ୍ୱାରା ଉକ୍ତ ପୁରସ୍କାର ସମୁଦାୟ ଗୁଣବତ୍ତା ଏବଂ ଅଭିନବତା କ୍ଷେତ୍ରରେ ଅତୁଳନୀୟ ସଫଳତା ଉପରେ ପ୍ରଦାନ କରାଯାଉଛି। ଗୋଡ୍ରେଜ୍‌, ପାର୍ଲେ, ଜେଏସ୍‌ଡବ୍ଲ୍ୟୁ ସିମେଣ୍ଟ, ଏସୀୟ ପେଣ୍ଟସ୍‌, ଏନ୍‌ଟିପିସି, ଓଏନ୍‌ଜିସି, ଏଲ୍‌ ଆଣ୍ଡ ଟି, ଭାରତ ପେଟ୍ରୋଲିୟମ ଏବଂ ଅନ୍ୟ କେତେକ ଖ୍ୟାତିସମ୍ପନ୍ନ ସଂସ୍ଥା ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri