Posted inଜାତୀୟ

ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏହି ଅପସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧନମନ୍ତ୍ରୀ ଓଡ଼ିଆରେ ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ବେଶ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri