Posted inଜାତୀୟ

ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏହି ଅପସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧନମନ୍ତ୍ରୀ ଓଡ଼ିଆରେ ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ । ବେଶ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri