Posted inଖେଳ

ପୁଣି ଥରେ ଆଇସିସି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଗ୍ରେଗ୍‌ ବାର୍କଲେ, ଜୟ ଶାହାଙ୍କୁ ମିଳିଲା ବଡ ଦାୟିତ୍ୱ

ମେଲବୋର୍ନ,୧୨।୧୧: ନ୍ୟୁଜିଲ୍ୟାଣ୍ଡର ଗ୍ରେଗ୍‌ ବାର୍କଲେ ଶନିବାର ସର୍ବସମ୍ମତି କ୍ରମେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ଅଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ଲାଗି ନିର୍ବାଚିତ ହୋଇଛନ୍ତି। ବାର୍କଲେଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ରହିବ। ଜିମ୍ବାୱେର ତାୱେଙ୍ଗୱା ମୁକୁହଲାନି ନିଜ ନାମ ପ୍ରତ୍ୟାହାର କରିନେବାପରେ ବାର୍କଲେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏଥିସହିତ ବିସିସିଆଇ ସଚିବ ଜୟ ଶାହାଙ୍କୁ ମଧ୍ୟ ବଡ ଦାୟିତ୍ୱ ମିଳିଛି। ସେ ଆଇସିସିର ଶକ୍ତିଶାଳୀ ଏବଂ ବାଣିଜି୍ୟକ ବ୍ୟାପାର(ଏଫ୍‌ ଆଣ୍ଡ ସିଏ) କମିଟିର ମୁଖ୍ୟ ଭାବେ ମନୋନୀତ ହୋଇଛନ୍ତି।

ବାର୍କଲେ ନିଜର ପୁନଃ ନିଯୁକ୍ତି ସମ୍ପର୍କରେ କହିଛନ୍ତି, ଆନ୍ତର୍ଜାତୀୟ କ୍ରିକେଟ ପରିଷଦର ଅଧ୍ୟକ୍ଷ ଭାବରେ ପୁନଃ ନିର୍ବାଚିତ ହେବା ଗୌରବର ବିଷୟ। ମୁଁ ମୋର ସହଯୋଗୀ ଆଇସିସି ନିର୍ଦ୍ଦେଶକମାନଙ୍କୁ ସେମାନଙ୍କ ସମର୍ଥନ ପାଇଁ ଧନ୍ୟବାଦ ଜଣାଉଛି।
ପ୍ରକାଶ ଯେ, ନଭେମ୍ବର ୨୦୨୦ରେ ବାର୍କଲେଙ୍କୁ ଆଇସିସି ଅଧ୍ୟକ୍ଷ ନିଯୁକ୍ତ କରାଯାଇଥିଲା। ସେ ଏହାପୂର୍ବରୁ ନ୍ୟୁଜିଲ୍ୟାଣ୍ଡ କ୍ରିକେଟର ଅଧ୍ୟକ୍ଷ ତଥା ୨୦୧୫ ରେ ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପର ନିର୍ଦ୍ଦେଶକ ଥିଲେ। ଏବେ ପୁଣି ବାର୍କଲେଙ୍କ ଚୟନର ଅର୍ଥ ଏହା ଯେ ତାଙ୍କୁ ବିସିସିଆଇ ସମେତ ୧୭ ଜଣିଆ ବୋର୍ଡର ସମର୍ଥନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri