Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ଶ୍ରୀନଗର ଲାଲଚୌକରେ ଗ୍ରେନେଡ ମାଡ଼

ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସ୍ବାଧିନତାର ଅମୃତ ମହୋତ୍ସବ ମଧ୍ୟରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳେ ଶୋପିଆନରେ ସିଆରପିଏଫ୍‌ର ପାଟ୍ରୋଲିଂ ପାର୍ଟି ଉପରେ ଆକ୍ରମଣ ପରେ ଦ୍ୱିପ୍ରହରରେ କେନ୍ଦ୍ର ଶାସିତ ପ୍ରଦେଶର ରାଜଧାନୀ ଶ୍ରୀନଗରରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଆକ୍ରମଣ କରିବା ପରେ ଆତଙ୍କବାଦୀମାନେ ସେଠାରୁ ଫେରାର ହୋଇଯାଇଥିଲେ। ଶ୍ରୀନଗରର ଲାଲଚୌକ ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଛି। ଲାଲଚୌକ ବ୍ୟସ୍ତବହୁଳ ଥିବା ବେଳେ ହଠାତ୍‌ ବିସ୍ଫୋରଣର ଶବ୍ଦ ହୋଇଥିଲା। ଆତଙ୍କବାଦୀଙ୍କ ଏହି ଆକ୍ରମଣରେ ୪ରୁ ଊର୍ଦ୍ଧ୍ୱ ନାଗରିକ ଆହତ ହୋଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେମାନଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି। ଅନ୍ୟପଟେ ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ଓ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେଶନ୍‌ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri