Posted inଜାତୀୟ

ସିଆରପିଏଫ୍‌ ବଙ୍କର ଉପରେ ଗ୍ରେନେଡ୍‌ ଆକ୍ରମଣ: ୧୨ ଆହତ

ଶ୍ରୀନଗର,୩ା୧୧: ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପାଉଛି। ରବିବାର ଶ୍ରୀନଗରରେ ଏକ ବଡ଼ ଗ୍ରେନେଡ୍‌ ଆକ୍ରମଣ ହୋଇଥିଲା। ଅଲ୍‌ ଇଣ୍ଡିଆ ରେଡିଓ ଷ୍ଟେଶନ ବାହାରେ ସିଆରପିଏଫ୍‌ ବଙ୍କର ଉପରେ ଏହି ଆକ୍ରମଣ କରାଯାଇଥିଲା।
ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ଅତି କମ୍‌ରେ ୧୨ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଆତଙ୍କବାଦୀମାନେ ରବିବାର ବଜାରରେ ଜନଗହଳିପୂର୍ଣ୍ଣ ପର୍ଯ୍ୟଟନ ଗ୍ରହଣ କେନ୍ଦ୍ର (ଟିଆର୍‌ସି) ନିକଟରେ ଗ୍ରେନେଡ୍‌ ଫିଙ୍ଗିଥିଲେ। ଆକ୍ରମଣ ପରେ ଆତଙ୍କ ଖେଳିଗଲା ଏବଂ ଲୋକମାନେ ଦୌଡ଼ି ପଳାଇବାକୁ ଲାଗିଲେ।

ପ୍ରତି ରବିବାର ଶ୍ରୀନଗରର ଲାଲ୍‌ଚୌକ୍‌ରେ ଏକ ସାପ୍ତାହିକ ବଜାର ଆୟୋଜିତ ହୋଇଥାଏ, ଯେଉଁଥିରେ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ। ଏହି ଆକ୍ରମଣ ପରେ କଶ୍ମୀର ପୋଲିସର ସ୍ପେଶାଲ ଅପରେସନ୍ସ ଗ୍ରୁପକୁ ତଦନ୍ତ ପାଇଁ ନିୟୋଜିତ କରାଯାଇଛି। ଆକ୍ରମଣକାରୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ମଧ୍ୟ ଆରମ୍ଭ ହୋଇଛି।

ଶନିବାର ମଧ୍ୟ ଅନନ୍ତନାଗ ଏବଂ ଶ୍ରୀନଗରର ଖାନୟାରରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ତୀବ୍ର ମୁକାବିଲା ହୋଇଥିଲା। ଯେଉଁଥିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ହତ୍ୟା କରାଯାଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ପାକିସ୍ତାନସ୍ଥିତ ଲସ୍କର ଜଣେ ବରିଷ୍ଠ କମାଣ୍ଡର ମଧ୍ୟ ଥିଲେ, ଯିଏ ଏକ ବଡ଼ ଅପରାଧ କରିବା ପାଇଁ ଉକ୍ତ ଅଞ୍ଚଳର ଏକ ଘରେ ଲୁଚି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri