Posted inଜାତୀୟ

ସିଆରପିଏଫ୍‌ ବଙ୍କର ଉପରେ ଗ୍ରେନେଡ୍‌ ଆକ୍ରମଣ: ୧୨ ଆହତ

ଶ୍ରୀନଗର,୩ା୧୧: ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପାଉଛି। ରବିବାର ଶ୍ରୀନଗରରେ ଏକ ବଡ଼ ଗ୍ରେନେଡ୍‌ ଆକ୍ରମଣ ହୋଇଥିଲା। ଅଲ୍‌ ଇଣ୍ଡିଆ ରେଡିଓ ଷ୍ଟେଶନ ବାହାରେ ସିଆରପିଏଫ୍‌ ବଙ୍କର ଉପରେ ଏହି ଆକ୍ରମଣ କରାଯାଇଥିଲା।
ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ଅତି କମ୍‌ରେ ୧୨ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଆତଙ୍କବାଦୀମାନେ ରବିବାର ବଜାରରେ ଜନଗହଳିପୂର୍ଣ୍ଣ ପର୍ଯ୍ୟଟନ ଗ୍ରହଣ କେନ୍ଦ୍ର (ଟିଆର୍‌ସି) ନିକଟରେ ଗ୍ରେନେଡ୍‌ ଫିଙ୍ଗିଥିଲେ। ଆକ୍ରମଣ ପରେ ଆତଙ୍କ ଖେଳିଗଲା ଏବଂ ଲୋକମାନେ ଦୌଡ଼ି ପଳାଇବାକୁ ଲାଗିଲେ।

ପ୍ରତି ରବିବାର ଶ୍ରୀନଗରର ଲାଲ୍‌ଚୌକ୍‌ରେ ଏକ ସାପ୍ତାହିକ ବଜାର ଆୟୋଜିତ ହୋଇଥାଏ, ଯେଉଁଥିରେ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ। ଏହି ଆକ୍ରମଣ ପରେ କଶ୍ମୀର ପୋଲିସର ସ୍ପେଶାଲ ଅପରେସନ୍ସ ଗ୍ରୁପକୁ ତଦନ୍ତ ପାଇଁ ନିୟୋଜିତ କରାଯାଇଛି। ଆକ୍ରମଣକାରୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ମଧ୍ୟ ଆରମ୍ଭ ହୋଇଛି।

ଶନିବାର ମଧ୍ୟ ଅନନ୍ତନାଗ ଏବଂ ଶ୍ରୀନଗରର ଖାନୟାରରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ତୀବ୍ର ମୁକାବିଲା ହୋଇଥିଲା। ଯେଉଁଥିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ହତ୍ୟା କରାଯାଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ପାକିସ୍ତାନସ୍ଥିତ ଲସ୍କର ଜଣେ ବରିଷ୍ଠ କମାଣ୍ଡର ମଧ୍ୟ ଥିଲେ, ଯିଏ ଏକ ବଡ଼ ଅପରାଧ କରିବା ପାଇଁ ଉକ୍ତ ଅଞ୍ଚଳର ଏକ ଘରେ ଲୁଚି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?