ନିଜ ଦେଶ ନାଁରେ ମାମଲା କଲେ ଗ୍ରେଟା

ଷ୍ଟକ୍‌ହୋମ୍‌,୨୬।୧୧: ଜଳବାୟୁ ପରିବର୍ତ୍ତନ ପୃଥିବୀ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଛିଡ଼ା ହୋଇଛି। ଏହାର ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ବିଶ୍ୱର ସର୍ବାଧିକ ଜଣାଶୁଣା କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗ ଏବେ ନିଜ ଦେଶ ସୁଇଡେନ୍‌ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୁଇଡେନ୍‌ର ଜଳବାୟୁ ନୀତି ଦେଶର ସମ୍ବିଧାନର ଉଲ୍ଲଂଘନ କରୁଥିବା ସେ ଅଭିଯୋଗ ଆଣିଛନ୍ତି। ଗ୍ରେଟାଙ୍କ ସହ ଏହି ଆଇନଗତ ଲଢ଼େଇରେ ୬୦୦ରୁ ଊର୍ଦ୍ଧ୍ୱ ଜଣ ସାମିଲ ହୋଇଛନ୍ତି।
ଯୁବ ପରିବେଶବିତ୍‌ ଗ୍ରେଟା ଥନ୍‌ବର୍ଗଙ୍କ ସମେତ ବହୁ ସଂଖ୍ୟକ କୁନି କ୍ଲାଇମେଟ୍‌ ଆକ୍ଟିଭିଷ୍ଟଙ୍କ ଅଭିଯୋଗ ହେଲା ସେମାନଙ୍କ ଦେଶର ସରକାର ଜଳବାୟୁ ପରିବର୍ତ୍ତନ ରୋକିବା ଦିଗରେ ପର୍ଯ୍ୟାପ୍ତ ପଦକ୍ଷେପ ନେଉନାହାନ୍ତି। ଏହା ସୁଇଡେନ୍‌ ସମ୍ବିଧାନ ଓ ମାନବ ଅଧିକାର ସମ୍ପର୍କିତ ୟୁରୋପୀୟ ସନ୍ଧିର ଉଲ୍ଲଂଘନ। ଏଥିଯୋଗୁ ବର୍ତ୍ତମାନ ଓ ଭବିଷ୍ୟତର ପିଢ଼ି ଭଲ ପରିବେଶରୁ ବଞ୍ଚତ୍ତ ହେବେ। ତେଣୁ ସରକାରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେମାନେ ଦାବି କରିଛନ୍ତି। ପ୍ରକାଶ ଯେ, ୨୦୧୭ରେ ସୁଇଡେନ୍‌ ଏକ ଜଳବାୟୁ ଆଇନ ପ୍ରଣୟନ କରିଥିଲା। ଉକ୍ତ ଆଇନ ଅନୁସାରେ ସରକାର ଉତ୍ସର୍ଜନ ହ୍ରାସ କରି ୨୦୪୫ ମସିହା ସୁଦ୍ଧା ନେଟ୍‌-ଜିରୋ ଲକ୍ଷ୍ୟ ହାସଲ କରିବେ ବୋଲି ସ୍ଥିର କରାଯାଇଥିଲା। କିନ୍ତୁ ସରକାର ଏହାକୁ ଏକ ସଙ୍କଟ ବୋଲି କେବେ ବିବେଚନା କରୁନାହାନ୍ତି ବୋଲି ମୁଖ୍ୟ ଆବେଦନକାରୀ ୨୦ ବର୍ଷୀୟ ଆଣ୍ଟୋନ୍‌ ଫୋଲି କହିଛନ୍ତି। ଶୁକ୍ରବାର ଷ୍ଟକ୍‌ହୋମ୍‌ସ୍ଥିତ ଏକ କୋର୍ଟରେ ଏହି ମାମଲା ଦାଏର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri