ଗ୍ରେଟା ଥନବର୍ଗ ଗିରଫ…

ବର୍ଲିନ,୧୮।୧ : ଜର୍ମାନୀର ଲୁଟେଜରାଥରେ ଏକ କୋଇଲା ଖଣି ସମ୍ପ୍ରସାରଣକୁ ବିରୋଧ କରି ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ଗ୍ରେଟାଙ୍କ ସହ ପୋଲିସ ଅନ୍ୟ ଜଳବାୟୁ କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ଅଟକ ରଖିଥିଲା। ତେବେ କିଛି ସମୟ ପାଇଁ ଜେଲରେ ରହିବା ପରେ ଗ୍ରେଟା ଥନବର୍ଗଙ୍କୁ ମୁକ୍ତ କରାଯାଇଥିବା ପୋଲିସ କହିଛି।

କୋଇଲା ଖଣିର ସମ୍ପ୍ରସାରଣ ପାଇଁ ଲୁଟେଜରାଥ ଗାଁକୁ ଧ୍ୱଂସ କରିବା ବିରୋଧରେ ପ୍ରଦର୍ଶନ ବେଳେ ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କୁ ଅନ୍ୟ କାର୍ଯ୍ୟକର୍ତ୍ତାଙ୍କ ସହ ଗିରଫ କରାଯାଇଥିବା ପୋଲିସ କହିଛି। ପୋଲିସ ଚେତାବନୀ ଦେଇଛି ଯେ ଯଦି କାର୍ଯ୍ୟକର୍ତ୍ତା ଗୋଷ୍ଠୀ ଖଣି ଅଞ୍ଚଳରୁ ଦୂରେଇ ନ ଯାଆନ୍ତି, ତେବେ ସେମାନଙ୍କୁ ବଳପୂର୍ବକ ହଟାଇ ଦିଆଯିବ।

ୟୁରୋପୀୟ ଶକ୍ତି କମ୍ପାନୀ ଆରଡବ୍ଲୁଇର ମାଲିକାନାରେ ଥିବା ଗାରଜୱେଲର ଲିଗନାଇଟ କୋଇଲା ଖଣିର ସମ୍ପ୍ରସାରଣ ପାଇଁ ଏକ ଗାଁ ଧ୍ୱଂସ ହେବା ଆଶଙ୍କା ରହିଛି। ଏହାକୁ ବିରୋଧ କରି ଶତାଧିକ ଜଳବାୟୁ କାର୍ଯ୍ୟକର୍ତ୍ତା ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ ବୋଲି ଜର୍ମାନ ନ୍ୟୁଜ ଏଜେନ୍ସି ଡିପିଏ ରିପୋର୍ଟ କରିଛି। ଥରେ ଉଚ୍ଛେଦ ପ୍ରକ୍ରିୟା ସମାପ୍ତ ହେବା ପରେ, କମ୍ପାନୀ ଗାଁ ଚାରିପାଖରେ ୧.୫ କିଲୋମିଟର ପରିଧିରେ ବାଡ଼ ନିର୍ମାଣ କରିବାକୁ ଯୋଜନା କରିଛି। କୋଠା, ରାସ୍ତାଘାଟ ଏବଂ ସ୍ବେରେଜ ଭାଙ୍ଗିବା ପୂର୍ବରୁ ଗାଁକୁ ସମ୍ପୂର୍ଣ୍ଣ ସିଲ କରାଯିବ ବୋଲି କମ୍ପାନୀ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri