ଭୁବନେଶ୍ୱର,୧।୨(ଅନୁରାଧା ମହାରଣା): ଓଡ଼ିଶା ବିିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ଙ୍କ ଜନଶୁଣାଣୀରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରିବା ପାଇଁ ଗ୍ରୀଡକୋ ନିଜର ପକ୍ଷ ରଖିଛି। ବୁଧବାର ଅନୁଷ୍ଠିତ ବାର୍ଷିକ ରାଜସ୍ବ ଆବଶ୍ୟକତା ସମ୍ପର୍କିତ ଜନଶୁଣାଣୀରେ ଗ୍ରୀଡ଼କୋ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ନିଜର ବିସ୍ତୃତ ଯୋଜନା ସମ୍ପର୍କରେ ତଥ୍ୟ ରଖିଥିଲା। ଆକଳନ ଅନୁସାରେ ୨୦୨୪-୨୫ ଆର୍ଥିକ ବର୍ଷ ୩୭,୪୫୭ ନିୟୁତ ମିଲିୟନ ୟୁନିଟ ବିଦ୍ୟୁତ ଆବଶ୍ୟକତା ଥିବାବେଳେ ଗ୍ରୀଡକୋ ନିଜର ବିଭିନ୍ନ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥା ସହ ଦୀର୍ଘ ମିଆଦୀ ଚୁକ୍ତି ଅନୁସାରେ ୩୯୬୫୨ ମିଲିୟନ ୟୁନିଟ ବିଦ୍ୟୁତ୍ ଉପଲବ୍ଧ କରାଇବାକୁ ପ୍ରସ୍ତୁତ ଅଛି। ଏହା ସହିତ ଜରୁରୀକାଳୀନ ଆବଶ୍ୟକତା ପାଇଁ ୨୧୯୬ ମିଲିୟନ ୟୁନିଟ ବିଦ୍ୟୁତ୍ ସଂରକ୍ଷିତ ରଖିବାର ଯୋଜନା ରହିଛି। ଜରୁରୀକାଳୀନ ଆବଶ୍ୟକତା ପୂରଣ କରିବା ପାଇଁ ବିଭିନ୍ନ କ୍ୟାପ୍ଟିଭ ପାୱାର ପ୍ଲାଣ୍ଟ ସହ ସ୍ବଳ୍ପ ମିଆଦ ଓ ମଧ୍ୟମ ମିଆଦ ଚୁକ୍ତି ନେଇ ଗ୍ରୀଡକୋ ନିଜ ଯୋଜନା ସମ୍ପର୍କରେ ମଧ୍ୟ ତଥ୍ୟ ରଖିଥିଲା। ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଗ୍ରୀଡକୋ ଅକ୍ଷୟଶକ୍ତି ଉତ୍ପାଦନ ବିକଳ୍ପର ବ୍ୟବସ୍ଥା କରିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଉପଭୋକ୍ତା ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରି ଶକ୍ତି ବାବଦକୁ ଖର୍ଚ୍ଚ ମେଣ୍ଚାଇ ହେବ ବୋଲି ଗ୍ରୀଡକୋ ଏହି ଜନଶୁଣାଣୀରେ ମତ ଦେଇଛି। ଜରୁରୀ ପଡ଼ିଲେ ବିତରକ କମ୍ପାନିଗୁଡ଼ିକ ପାଖରେ ଥିବା ବିଗତ ବର୍ଷର ରେଗୁଲେଟୋରୀ ସରପ୍ଲସ ଏବଂ ବର୍ଦ୍ଧିତ ବିଦ୍ୟୁତ୍ ଚାହିଦା ଯୋଗୁ ଅତିରିକ୍ତ ରାଜସ୍ବ ଆୟରୁ ବିଦ୍ୟୁତ୍ କ୍ରୟ ପାଇଁ ଆବଶ୍ୟକ ଅତିରିକ୍ତ ଖର୍ଚ୍ଚ ତୁଲାଇ ହେବ ବୋଲି ସୂଚନା ଦିଅଯାଇଛି।
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା
ଓ୍ବାଶିଂଟନ୍,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…
ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…
ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…
ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…
ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?
ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…
Archives

