ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ ବିଷୋୟୀଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ତଦନ୍ତକାରୀ ଅଧିକାରୀ ତଥା ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ତିଳେଶ୍ୱର ଗ୍ରାମର ସ୍ୱାଧୀନ ବିଷୋୟୀ (୨୮), ଶଙ୍କର ସ୍ୱାଇଁ (୨୭), ଲିଙ୍କୁନ ପଣ୍ଡା (୨୫) ଏବଂ ଶେରଗଡ଼ ଥାନା ଚିକିଲି ଗ୍ରାମର ଚନ୍ଦନ ଗୌଡ଼ (୨୪)। ଥାନା ମାମଲା ନଂ. ୩୭୬/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌-ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପ୍ରାୟ ୨ ମାସ ପୂର୍ବେ ଗ୍ରାମରେ ଅସାମାଜିକ କାର୍ଯ୍ୟକଳାପ ଚଳାଉଥିବା ଦିଗାପାଳୋ ସ୍ୱାଇଁ ଓରଫ ଦିଗାଙ୍କୁ ପ୍ରେମା ଗାଁ ରାସ୍ତାରେ ସର୍ବସମ୍ମୁଖରେ ଚାପୁଡ଼ା ମାରିଥିଲେ। ପରେ ଏହି ଘଟଣା ଗାଁରେ ସମାଧାନ ହୋଇଥିଲେ ସୁଦ୍ଧା ଦିଗା ଏହାର ପ୍ରତିଶୋଧ ନେବା ପାଇଁ ଯୋଜନା କରିଥିଲେ। ଗୁରୁବାର ରାତିରେ ପ୍ରେମା ଗାଧୋଇବା ପାଇଁ ଗାଁ ନିକଟ ନୂଆ ବଳଧିଆ ଛକ ନିକଟରେ ଥିବା ଜଗନ୍ନାଥ ପଣ୍ଡାଙ୍କ ଫାର୍ମହାଉସକୁ ଯାଇଥିଲେ। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଦିଗା ସ୍ୱାଇଁ ଓ ତାଙ୍କ ସମର୍ଥକମାନେ ମାରଣାସ୍ତ୍ର ଧରି ଫାର୍ମହାଉସରେ ପହଞ୍ଚି ପ୍ରେମାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ପ୍ରେମା ପ୍ରାଣବିକଳରେ ଦୌଡ଼ି ପଳାଉଥିବା ବେଳେ ଅଭିଯୁକ୍ତମାନେ ଗୋଡ଼ାଇ ଗୋଡ଼ାଇ ତାଙ୍କୁ ଖଣ୍ଡାରେ ବାରମ୍ବାର ଚୋଟ ପକାଇଥିଲେ। ଆକ୍ରମଣରେ ତାଙ୍କ ଡାହାଣ ହାତ ସମ୍ପୂର୍ଣ୍ଣ କଟି ଓହଳି ପଡ଼ିଥିବା ବେଳେ ଅଣ୍ଟା ଓ ଗୋଡ଼ରେ ଗୁରୁତର ଆଘାତ ଲାଗିଥିଲା। ପ୍ରେମା ଅଚେତ ହୋଇ ପଡ଼ିଯିବାରୁ ସେ ମୃତ୍ୟୁବରଣ କରିଛନ୍ତି ଭାବି ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ।

ପରେ ଫାର୍ମହାଉସ ମାଲିକ ଜଗନ୍ନାଥ ପଣ୍ଡା ଅନ୍ୟମାନଙ୍କ ସହାୟତାରେ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପ୍ରେମାଙ୍କୁ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ନେଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ପ୍ରେମାଙ୍କ ଭାଇ ଜିତେନ୍ଦ୍ର ବିଷୋୟୀ ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ କରିଥିଲା।

ଚିକିଟି SDPO ବିଶ୍ୱାମିତ୍ର ହରପାଲ ଥାନାରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ପଚରାଉଚରା କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଆକ୍ରମଣରେ ବ୍ୟବହୃତ ରକ୍ତଭିଜା ଖଣ୍ଡା, ୨ଟି ବାଇକ୍ (OD 07 AK 7624 ଓ OD 07 AD 7944) ଏବଂ ୩ଟି ମୋବାଇଲ ଫୋନ୍ ଜବତ କରିଛି। ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସହ ଅନ୍ୟମାନଙ୍କୁ ଚିହ୍ନଟ କରାଯାଇଛି, ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଆଇଆଇସି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri