ରାଶନ ଦୋକାନ ସିଲ୍‌ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୦।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ଏକ ରାଶନ ଦୋକାନକୁ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ ସୋମବାର ମଧ୍ୟାହ୍ନରେ ସିଲ୍‌ କରିଦେଇଛନ୍ତି। ରାଜ୍ୟ ସରକାର ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଥିବା ବେଳେ ଚଳିତମାସ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିଛି। ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନଗୁଡ଼ିକ ସକାଳ ୬ରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଖୋଲା ରହୁଥିବା ବେଳେ ସିମନବାଡ଼ିର ଜଣେ ଦୋକାନୀ ଦୋକାନ ଖୋଲା ରଖି କାରବାର ଚଳାଇଥିଲେ। ସେହିପରି ତାଙ୍କ ଦୋକାନରେ ନା ରହିଥିଲା ସାମାଜିକ ଦୂରତା ନା ମାସ୍କ ବ୍ୟବହାର। ଏଭଳି କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ କରୁଥିବା ବେଳେ ତହସିଲଦାର କଳାକୃଷ୍ଣ ପ୍ରଧାନ, ରାଜସ୍ବ ନିରୀକ୍ଷକ କେଦାର ସାହୁ ପହଞ୍ଚି ଉକ୍ତ ରାଶନ ଦୋକାନକୁ ସିଲ୍‌ କରିଦେଇଥିଲେ ା ପରବର୍ତ୍ତୀ ଜିଲାପାଳଙ୍କ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଦୋକାନ ସିଲ୍‌ ଖୋଲାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ସେହିପରି ତହସିଲଦାର ସିମନବାଡ଼ି ଠାରେ ଥିବା ଷ୍ଟେଟ୍‌ବ୍ୟାଙ୍କରେ ଭିଡ଼ ଜମୁଥିବାରୁ ସେଠାରେ ପହଞ୍ଚି ଶାଖା ପରିଚାଳକଙ୍କୁ ମଧ୍ୟ କୋଭିଡ୍‌ ନିୟମ କଡ଼ାକଡ଼ି ଭାବେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri