ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ପ୍ରେମିକ ପଳାଇ ଆସିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୋଲିସ ପହଞ୍ଚି ବରକନ୍ୟାଙ୍କୁ ଆଣି ବୁଝାଶୁଝା କରିଥିବା ଜଣାପଡ଼ିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସହଦେଖୁଣ୍ଟା ଥାନା ଅନ୍ତର୍ଗତ ରାଧାକୃଷ୍ଣ ମନ୍ଦିରରେ। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଖଡ଼ିଷୋଳ ଗ୍ରାମର ଜଣେ ଯୁବକ ଓ ଯୁବତୀଙ୍କ ମଧ୍ୟରେ ପ୍ରେମସମ୍ପର୍କ ଥିଲା l ଯୁବତୀଙ୍କର ଅନ୍ୟତ୍ର ବାହାଘର ଠିକ ହେବାରୁ ଉଭୟ ବାଲେଶ୍ୱରରେ ଆସି ରହୁଥିଲେ। କନ୍ୟା ଘର ଉକ୍ତ ଯୁବକଙ୍କ ସହ ବାହାଘର ପାଇଁ ରାଜି ଥିବାବେଳେ ଯୁବକଙ୍କ ପରିବାର କୁଆଡ଼େ ରାଜି ନ ଥିଲେ l ତେବେ ଉଭୟ ପରିବାରଙ୍କ ଉପସ୍ଥିତିରେ ବୁଧବାର ମନ୍ଦିରରେ ବିବାହ ଚାଲିଥିଲା। ହଠାତ୍‌ ବରଙ୍କ ସମ୍ପର୍କୀୟମାନେ ବିବାହ ନ କରିବାକୁ ପ୍ରବର୍ତ୍ତାଇଥିଲେ। ବାହାଘର ଅଧାରୁ ବର ଉଠି ପଡ଼ିବାରୁ ପରିସ୍ଥିତି ଅସମ୍ଭାଳ ହୋଇଥିଲା। ଖବର ପାଇ ସହଦେଖୁଣ୍ଟା ଥାନା ପୋଲିସ ପହଞ୍ଚି ବରକନ୍ୟାଙ୍କୁ ଥାନାକୁ ଆଣି ଉଭୟ ପରିବାରଲୋକଙ୍କ ଉପସ୍ଥିତିରେ ବୁଝାଶୁଝା କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri