ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା କଥା। ଏଥିସହ ବରଙ୍କ ନାଁରେ ଥାନାରେ ମାମଲା ମଧ୍ୟ ରୁଜୁ କରାଯାଇଛି। କିଛି ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଉତ୍ତରପ୍ରଦେଶ ଅରୈୟା ଜିଲାର ଜନପଦ ସଦର ଜମାଲିପୁର ଗାଁରେ। ସୂଚନାଯୋଗ୍ୟ, ଅରୈୟା ଜିଲାର ଜନପଦ ସଦର ଜମାଲିପୁର ଗାଁରେ ରହୁଥିବା ଅର୍ଜୁନ ସିଂହଙ୍କ ଝିଅଙ୍କ ବିବାହ ଉଛଲଦା ଗାଁର ଶିବମଙ୍କ ସହ ଜୁନ ୨୦ରେ ଠିକ୍‌ ହୋଇଥିଲା।

ଦୁଇ ଦିନ ପୂର୍ବରୁ ଘରେ ଖୁସିର ମାହୋଲ ଥିବା ବେଳେ ବିବାହ ଦିନ ବରଯାତ୍ରୀ କନ୍ୟା ଘରେ ପହଞ୍ଚିଥିଲେ। ବରଙ୍କ ସ୍ବାଗତ ସମୟରେ କନ୍ୟାପକ୍ଷ ତାଙ୍କୁ ଚଷମାରେ ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ। ବିବାହର ସମସ୍ତ କାର୍ଯ୍ୟକ୍ରମରେ ବର ଚଷମା ପିନ୍ଧିଥିବା ଦେଖି କନ୍ୟାପକ୍ଷଙ୍କୁ ସନ୍ଦେହ ହୋଇଥିଲା। ଏହାପରେ ବିନା ଚଷମାରେ ବରଙ୍କୁ ହିନ୍ଦୀ ଖବରକାଗଜ ପଢ଼ିବାକୁ ଝିଅ ଘରଲୋକେ କହିଥିଲେ। ହେଲେ ତାଙ୍କ ଦୃଷ୍ଟିଶକ୍ତି ଦୁର୍ବଳ ଥିବାରୁ ସେ ଖବରକାଗଜ ପଢ଼ିପାରି ନଥିଲେ। ବିନା ଚଷମାରେ ବରଙ୍କୁ କିଛି ଦେଖାଯାଉ ନ ଥିବା ଅଭିଯୋଗ ଆଣିଛନ୍ତି କନ୍ୟାପକ୍ଷ। ଏହାପରେ କନ୍ୟାଜଣଙ୍କ ବିବାହ ପାଇଁ ମନା କରିବା ସହ ଦିଆଯାଇଥିବା ସମସ୍ତ ଯୌତୁକକୁ ଫେରାଇବାକୁ କନ୍ୟାପକ୍ଷ କହିଥିଲେ। କିନ୍ତୁ ବରପକ୍ଷ ଏଥିରେ ରାଜି ହୋଇ ନ ଥିଲେ। ଏନେଇ ବରପକ୍ଷଙ୍କ ବିରୋଧରେ କନ୍ୟାପକ୍ଷ ଅରୈୟା ଥାନାରେ ଏକ ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri