Posted inଜାତୀୟ

ଡିଜେ ଶବ୍ଦ ନେଲା ବର ଜୀବନ

ପାଟନା, ୪ା୩: ବିହାର ସମସ୍ତିପୁର ଜିଲାରେ ଏକ ବିବାହ ଉତ୍ସବ ଶୋକାକୁଳ ପରିବେଶରେ ପରିଣତ ହୋଇଛି। ଗତ ବୁଧବାର ବିବାହ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିଲା। ବରକନ୍ୟା ପରସ୍ପରକୁ ବରଣମାଳା ପିନ୍ଧାଇ ସାରିଥିଲେ। କିଛି ସମୟ ପରେ କନ୍ୟା ବିଦା ପର୍ବ ଆରମ୍ଭ ହୋଇଥାନ୍ତା। ଏହା ପୂର୍ବରୁ ସେଠାରେ ଘଟିଲା ଅଘଟଣ। ବିବାହ ଉତ୍ସବରେ ବାଜୁଥିବା ଡିଜେ ବର ସୁରେନ୍ଦ୍ର କୁମାରଙ୍କ ପାଇଁ କାଳ ହେଲା। ଏହାର ଉଚ୍ଚ ଶବ୍ଦରେ ସୁରେନ୍ଦ୍ର କୁମାର ଅସୁସ୍ଥ ଅନୁଭବ କରିବା ସହ ଷ୍ଟେଜ୍‌ ଉପରେ ଟଳିପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ହସ୍ପିଟାଲ ଓ ପରେ ସୀତାମାଢ଼ିକୁ ସ୍ଥାନାନ୍ତର କରାଯାଉଥିବାବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଡିଜେ ଶବ୍ଦରେ ଅସୁସ୍ଥ ଅନୁଭବ କରୁଥିବା ନେଇ ସୁରେନ୍ଦ୍ର ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ତାଙ୍କ କଥା କେହି ଶୁଣି ନ ଥିଲେ। ଡିଜେ ବଜାଇବା ଉପରେ କଟକଣା ରହିଥିଲେ ମଧ୍ୟ ଏହାକୁ କଡ଼ାକଡ଼ି ପାଳନ କରାଯାଉ ନ ଥିବାରୁ ବିଭିନ୍ନ ସମୟରେ ଅପ୍ରୀତିକର ସ୍ଥିତି ଉପୁଜୁଛି। ଡିଜେ ସମ୍ପୂର୍ଣ୍ଣ ନିଷେଧ କରିବା ପାଇଁ ସାମାଜିକ କର୍ମୀ ଡ. ରାଜୀବ କୁମାର ମିଶ୍ରା ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri