Posted inଫୁରସତ

ବର କାନ୍ଦି କାନ୍ଦି ଯାଏ ଶାଶୁଘର…

ଶିଲଂ: ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଏବଂ ସଂସ୍କୃତି ପ୍ରଚଳିତ ରହିଥିବାର ଦେଖିବାକୁ ମିଳିଥାଏ। ବିବାହ ଭଳି ସାମାଜିକ ପରମ୍ପରାରେ ସାଧାରଣତଃ କନ୍ୟା ବିଦା ହୋଇଥାଏ। କନ୍ୟାଙ୍କୁ ବାପଘର ଛାଡି ଶାଶୁଘରକୁ ଆସିବାକୁ ପଡ଼ିଥାଏ। କନ୍ୟା ବିଦା ସମୟରେ ବାପଘର ଲୋକେ କାନ୍ଦି ପରିବେଶକୁ ବେଶ୍‌ ଭାବୁକ କରିଦେଇଥାନ୍ତି। ମାତ୍ର ମେଘାଳୟର ଖାସି ଅଞ୍ଚଳରେ ବାସ କରୁଥିବା ଲୋକେ ଏକ ଭିନ୍ନ ପରମ୍ପରା ଆପଣେଇଥାନ୍ତି। ଏଠାରେ ବିବାହ ପରେ ବରବିଦା ହେବାର ପରମ୍ପରା ପ୍ରଚଳିତ। ଏଠାରେ ପରିବାର ମାତୃକେନ୍ଦ୍ରୀକ ରହିଥାଏ। ଘରର ସମ୍ପତ୍ତି ମହିଳାଙ୍କ ନାମରେ ଥାଏ। ପରିବାର ଛୋଟ ଝିଅ ଉପରେ ଗୁରୁଦାୟିତ୍ୱ ରହିଥାଏ। ଏଠାରେ ମହିଳା ଯେ କୌଣସି ସମୟରେ ବିବାହ ବନ୍ଧନକୁ ଭାଙ୍ଗି ଦେଇଥାନ୍ତି। ପରିବାରରେ ସ୍ବାମୀଙ୍କ ଅଧିକାର ନଗନ୍ୟ ରହିଥାଏ। ଏଠାରେ ଏଭଳି ସମ୍ପ୍ରଦାୟର ପ୍ରାୟ ୯ ଲକ୍ଷ ଲୋକ ବାସ କରିଥାନ୍ତି। ଏହି ସମ୍ପ୍ରଦାୟର କେତେକ ପରିବାର ପଶ୍ଚିମବଙ୍ଗ, ଆସାମ,ମଣିପୁର ଆଦି ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳରେ ବାସ କରିବାର ଦେଖାଯାଇଥାଏ। ପୂର୍ବରୁ ଏହି ସମ୍ପ୍ରଦାୟ ମ୍ୟାନ୍‌ମାରରେ ବସବାସ କରୁଥିଲେ। ତେବେ ସେଠାରୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା। ସେମାନେ ମେଘାଳୟର ଖାସି ଅଞ୍ଚଳରେ ଆସି ବସବାସ କରିବା ଆରମ୍ଭ କରିଥିଲେ। ଖାସି ଅଞ୍ଚଳ ସହିତ ଗାରୋ ଏବଂ ଜୟନ୍ତିଆ ଅଞ୍ଚଳରେ ମଧ୍ୟ ଏଭଳି ପରମ୍ପରା ପ୍ରଚଳିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri