Posted inଫୁରସତ

ବିବାହ ବେଦୀରେ ବସି କ୍ରିକେଟ ଖେଳିଲେ ବର, ଭିଡିଓ ଦେଖିଲେ…

ଆଜିକାଲି ବିବାହର ଶୈଳୀ ଏବଂ ପରିବେଶ ବହୁତ ବଦଳି ଗଲାଣି। ପ୍ରି-ଓ୍ବେଡିଂ ଫଟୋ ଶୁଟ୍‌ଠାରୁ ଆରମ୍ଭ କରି ବର ମଣ୍ଡପକୁ ଆସିବା ପର୍ଯ୍ୟନ୍ତ ସବୁକିଛି ଆଧୁନିକୀକରଣ ହୋଇଛି। ବର୍ତ୍ତମାନ ପ୍ରତ୍ୟେକ ଶୈଳୀ ଅତ୍ୟନ୍ତ ସ୍ବତନ୍ତ୍ର ହୋଇପାରିଛି।

varshagumashta ନାମକ ଏକ ଇନ୍‌ଷ୍ଟାଗ୍ରାମରେ ଏହି ଭିଡିଓଟି ଶେୟାର କରାଯାଇଛି। ଯେଉଁଥିରେ ମଣ୍ଡପରେ ବିବାହ ଚାଲିଥିବା ବେଳେ ବର ବସି କ୍ରିକେଟ ଖେଳିଥିଲେ। କ୍ରିକେଟ ପାଇଁ ବରଙ୍କ କ୍ରେଜ୍‌ ଦେଖି ଲୋକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ମଜାଳିଆ ଭିଡିଓଟି ମାତ୍ର ଗୋଟିଏ ଦିନରେ ୩୦ ହଜାରରୁ ଅଧିକ ଭ୍ୟୁ ପାଇଛି।

ଏହି ବିବାହ ସମାରୋହରେ ପଣ୍ଡିତ ମଣ୍ଡପରେ ବସି ମନ୍ତ୍ର ପାଠ କରୁଛନ୍ତି। ବରକନ୍ୟା ବିବାହ ବେଦୀରେ ବସିଛନ୍ତି। ଏହି ସମୟରେ ବର ସାଙ୍ଗମାନଙ୍କ ସହ କ୍ରିକେଟ ଖେଳିଥିଲେ। ସାଙ୍ଗମାନେ ବିବାହ ସମୟରେ ଗେଣ୍ଡୁଫୁଲକୁ ବଲ୍‌ ପରି ବରଙ୍କ ଆଡ଼କୁ ଫିଙ୍ଗିଥିଲେ। ବର ମଧ୍ୟ ଏପରି ସୁଯୋଗକୁ ହାତଛଡ଼ା କରି ନ ଥିଲେ। ହାତରେ ଟ୍ୟାବଲେଟ ଧରି ବ୍ୟାଟ୍‌ ପରି ଫୁଲରେ ଛକାଚୌକା ମାରି ଚାଲିଥିଲେ। ବରଙ୍କର ଏହି ଚମତ୍କାର ଶଟ୍‌ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏହି ଭିଡିଓକୁ ବହୁ ଲୋକ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri