ଡଙ୍ଗାରେ ବର ପାଣିରେ ବରଯାତ୍ରୀ: ବନ୍ୟା ବିଭିଷୀକାରେ ହେଉଛି ଏଭଳି ବିବାହ

ପାଟନା,୧୧।୮: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଅନ୍ୟପଟେ ବନ୍ୟା ଦାଉ ସାଧୁଛି। ବିହାର ଏହି ସମୟରେ ବନ୍ୟା ଘେରରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଲୋକଙ୍କ ଘରେ ପାଣି ପଶିଯାଇଛି। ଫଳରେ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏଭଳି ସ୍ଥିତିରେ ବି ଲୋକମାନେ ନିଜ ଖୁସିକୁ କମ୍‌ କରିବାକୁ ଚାହୁଁନାହାନ୍ତି। ବନ୍ୟା ବିଭିଷୀକାରେ ବି ଲୋକମାନେ ବିବାହ କରୁଥିବା ଦେଖିବାକୁ ମିଳିଛି। ଏଭଳିି ଘଟଣା ଘଟିଛି ବିହାର ମୁଜଫରପୁରର ସକରା ଅଞ୍ଚଳରେ। ଉକ୍ତ ଅଞ୍ଚଳରେ ଜଣେ ବର ବନ୍ୟା ପାଣିରେ ଡଙ୍ଗାରେ ବସି ବ୍ୟାଣ୍ଡବାଜା ସହ ବିବାହ କରିବାକୁ ପହଞ୍ଚିଥିଲେ। କିନ୍ତୁ ବରଯାତ୍ରୀ ପାଣିରେ ପଶି ରୋଶଣୀ କରି ଝିଅ ଘରେ ପହଞ୍ଚିଥିଲେ।

ଏହି ବରଯାତ୍ରୀ ତାଜପୁର ଥାନାର ମୁସାପୁର ଗାଁରୁ ବାହାରି ମୁଜଫରପୁର ସକରାର ଭଟଣ୍ଡି ଗାଁରେ ପହଞ୍ଚିଥିଲା। ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ମୁସାପୁରର ମହମ୍ମଦ ହସନ ରଜା ଓ ଭଟଣ୍ଡି ଗାଁର ମଜଦା ଖାତୁନଙ୍କ ନିକାହ ଠିକ୍‌ ହୋଇଥିଲା। ଇତିମଧ୍ୟରେ ମୁରୋଲରେ ନଦୀବନ୍ଧ ଭାଙ୍ଗିଯିବାରୁ ଗାଁରେ ବନ୍ୟା ହୋଇଯାଇଥିଲା। ବିବାହ ତାରିଖ ଘୁଞ୍ଚାଇବାକୁ ନେଇ ୨ପକ୍ଷ ଅରାଜି ହେବାରୁ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ଦିନ ହିଁ ନିକାହ ଅନୁଷ୍ଠିତ ହୋଇଥିଲା। ବନ୍ୟା ଯୋଗୁ କେତେକ ସ୍ଥାନରେ ଅଣ୍ଟା ଲେଖାଏଁ ପାଣି ଥିବା ବେଳେ ତ ଆଉ କେତେକ ସ୍ଥାନରେ ଆଣ୍ଠୁ ଲେଖାଏଁ ପାଣି ଜମି ରହିଥିଲା। ଏଭଳି ପରିସ୍ଥିତିରେ ବରଯାତ୍ରୀ କେତେବେଳେ ଚାଲି ଚାଲି ତ ଆଉ କେତେବେଳେ ଡଙ୍ଗା ସାହାଯ୍ୟରେ ବରଙ୍କୁ କନ୍ୟା ଘରେ ପହଞ୍ଚାଇଥିଲେ। ଏହାପରେ ପୁରା ରୀତିନୀତିରେ ଦୁଇଜଣଙ୍କ ନିକାହ ଏବଂ ପରେ ବିଦାୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?