କନ୍ୟାଙ୍କ ଆଖି ଆଗରେ ଚାଲିଗଲା ବରଙ୍କ ଜୀବନ: ଅଧାରେ ରହିଲା କଉଡ଼ି ଖେଳ

ନିଶ୍ଚିନ୍ତକୋଇଲି,୧୦।୫(ଅଶୋକ କୁମାର ମହାପାତ୍ର ): ଶନିବାର ପଡିଥାନ୍ତା ଚତୁର୍ଥୀ କାର୍ଯ୍ୟ। ଦୁଇଟି ହୃଦୟ ଏକାଠି ହୋଇ ଗାଡିଥାନ୍ତେ ନୂଆ ସଂସାର। ହେଲେ ଆଶା ଆଶାରେ ରହିଗଲା। ଆଖି ବୁଜିଲେ ବର। ଏପରି ଏକ ଘଟଣା ଦେଖିବାକୁ ମିଳିଛି ମାହାଙ୍ଗା ଥାନା ନୃତାଙ୍ଗ ପଞ୍ଚାୟତରେ। ମାହାଙ୍ଗା ଅଞ୍ଚଳରୁ ଜୈନିକ ଯୁବକ ବୁଧବାର ବରସାଜି ଯାଜପୁର ଜିଲା ବୈରି ଅଞ୍ଚଳକୁ ଯାଇଥିଲେ। ସେଠାରେ ଜୈନିକା ଯୁବତୀଙ୍କୁ ରୀତିନୀତିରେ ବିବାହ କରି ଘରକୁ ଆଣିଥିଲେ। ହେଲେ ବିଦ୍ୟୁତ୍‌ କରେଣ୍ଟ ସାଜିଲା କାଳ। ବିବାହର ୩ ଦିନ ପରେ ଅର୍ଥାତ୍‌ ଶୁକ୍ରବାର କଉଡ଼ି ଖେଳ ଚାଲିଥିବା ବେଳେ ହଠାତ୍‌ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ ବର । ଫଳରେ ଘଟଣାସ୍ଥଳରେ ନବବିବାହିତ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ନବବିବାହିତା ଯୁବତୀ ଶାଶୁଘର ଛାଡ଼ି ବାପ ଘରକୁ ଚାଲି ଯାଇଛନ୍ତି। ।

ଉକ୍ତ ପଞ୍ଚାୟତ ନିର୍ତଙ୍ଗ ଗ୍ରାମର ସନ୍ତୋଷ ସାହୁଙ୍କ ପୁଅ ଶତମନ ସାହୁ ଗତ ବୁଧୁବାର ଯାଜପୁର ଜିଲା ବୈରି ଅଞ୍ଚଳର ଜୈନିକା ଯୁବତୀଙ୍କୁ ବୈଧିକ ରିତିରେ ବିବାହ କରିଥିଲେ। ଶୁକ୍ରବାର ଶତମନଙ୍କ ଘରେ କଉଡ଼ି ଖେଳ ଚାଲିଥିଲା। ସେତିକିବେଳେ କୌଣସି କାରଣ ବଶତଃ ଶତମନ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣାସ୍ଥଳରେ ଶତମନଙ୍କ ମୃତ୍ୟୁ ଘଟିଥିଲା।

ଅପରପକ୍ଷେ ନବ ବିବାହିତା ଯୁବତୀ ବାପ ଘରକୁ ଫେରି ଯାଇଛନ୍ତି । ତେବେ ଖବର ପାଇ ପୋଲିସ ଶତମନଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ମେଡ଼ିକାଲକୁ ପଠାଇଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri