ଏଲ୍‌ଆଇସି ଇନ୍‌ଭେଷ୍ଟମେଣ୍ଟ ବିଲ୍‌ଡିଂର ଭୂମିପୂଜନ

ଭୁବନେଶ୍ୱର,୨୪।୧୨ (ଅଭୟ କୁମାର ଦାଶ): ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଭୁବନେଶ୍ୱର ମଣ୍ଡଳର ସୂର୍ଯ୍ୟନଗର ଶାଖାଠାରେ ଏକ ଅତ୍ୟାଧୁନିକ ଇନ୍‌ଭେଷ୍ଟମେଣ୍ଟ ବିଲ୍‌ଡିଂର ଭୂମିପୂଜନ କାର୍ଯ୍ୟକ୍ରମ ଶନିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଫାଉଣ୍ଡେଶନ ଷ୍ଟୋନ୍‌ ଲେଇଂ ସେରେମନି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଏଲ୍‌ଆଇସିର ଚେୟାରମ୍ୟାନ ସିଦ୍ଧାର୍ଥ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ ସହ ଭିତ୍ତିପ୍ରସ୍ତର ପକାଇଥିଲେ। ଏହି ଅବସରରେ ଏଲ୍‌ଆଇସିର ପୂର୍ବ ମଧ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ଶ୍ରବଣ କୁମାର, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଂ) ଅରୂପ କୁଣ୍ଡୁ , ବି.ବି ଯାଦବ ଏବଂ ମୁଖ୍ୟଯନ୍ତ୍ରୀ ମୃଗାଙ୍କ ଘୋଷଙ୍କ ସମେତ ବରିଷ୍ଠ ମଣ୍ଡଳ ପ୍ରବନ୍ଧକ ମନୋରଞ୍ଜନ ଦାସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଏଲ୍‌ଆଇସିର ଏହି ଅଭିନବ ପ୍ରକଳ୍ପ (ଯୋଜନା) ଓଡ଼ିଶାରେ ପ୍ରଥମ ଥର ପାଇଁ ହୋଇଥିବାବେଳେ ଆଗାମୀ ଦିନରେ ନିଗମ ରାଜ୍ୟରେ ଅନେକ ବିକାଶମୂଳକ ପଦକ୍ଷେପ ସହ ଏଲ୍‌ଆଇସିକୁ ସୁଦୃଢ କରିବା ପାଇଁ ଆମେମାନେ ମିଳିତ ଭାବେ କାର୍ଯ୍ୟ କରିବାକୁ ପଡିବ ବୋଲି ସିଦ୍ଧାର୍ଥ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସେହିଭଳି ପୂର୍ବାହ୍ନରେ କଟକର ସିଡିଏ ସେକ୍ଟର-୬ଠାରେ ଏଲ୍‌ଆଇସି ହାଉସିଂ ପ୍ରୋଜେକ୍ଟର ଆନୁଷ୍ଠାନିକ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସିର ଚେୟାରମ୍ୟାନ୍‌ ସିଦ୍ଧାର୍ଥ ମହାନ୍ତିଙ୍କ ସମେତ ଏଲ୍‌ଆଇସିର ପୂର୍ବ ମଧ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ଶ୍ରବଣ କୁମାର, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଂ) ଅରୂପ କୁଣ୍ଡୁ, ବି.ବି ଯାଦବ, ମୁଖ୍ୟଯନ୍ତ୍ରୀ ମୃଗାଙ୍କ ଘୋଷ ଏବଂ ବରିଷ୍ଠ ମଣ୍ଡଳ ପ୍ରବନ୍ଧକ ଅନନ୍ତ ଭୂଷଣ ରଥ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସିଦ୍ଧାର୍ଥ

ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଚେୟାରମ୍ୟାନ ସିଦ୍ଧାର୍ଥ ମହାନ୍ତି ନିକଟରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଥମ ଦିନ ପୁରୀ ଅଭିମୁଖେ ଯାଇଥିବାବେଳେ ଗସ୍ତର ୨ୟ ଦିନରେ ଉଭୟ ସରକାରୀ ଓ ନିଗମର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହିତ କଟକ ଏବଂ ଭୁବନେଶ୍ୱରରେ ୨ଟି ଭୂମିପୂଜନ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେବା ସହ ଉକ୍ତ ପ୍ରକ୍ପରର ଶୁଭାରମ୍ଭ କରିଥିଲେ। ଉଲ୍ଲେଖଯୋଗ୍ୟ ଏଲ୍‌ଆଇସିର ନ୍ୟୁ ପଲିସି ‘ଜୀବନ ଉତ୍ସବ’ର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ରାଜ୍ୟର ସମସ୍ତ ହିତାଧିକାରୀଙ୍କ ବିଶ୍ୱାସଭାଜନ ଓ ସହଯୋଗ ପାଇଁ ସେ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri