Posted inଜାତୀୟ

ରାମମନ୍ଦିର ଭୂମିପୂଜନ ଉତ୍ସବ ଆରମ୍ଭ

ଅଯୋଧ୍ୟା, ୪ା୮: ରାମମନ୍ଦିର ଭୂମିପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ସୋମବାରଠାରୁ ୩ ଦିନିଆ ଉତ୍ସବ ଆରମ୍ଭ ହୋଇଛି। ବୁଧବାର ଭୂମିପୂଜନ ବେଳେ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୫ ଜଣ ରହିବେ। ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ମହନ୍ତ ନୃତ୍ୟଗୋପାଳ ଦାସ। ଏହି ଉତ୍ସବ ଲାଗି ୧୭୫ ଜଣଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ କାର୍ଡରେ ରାମଲାଲାଙ୍କ ମୂର୍ତ୍ତିର ଛବି ସହିତ ସୁରକ୍ଷା କୋଡ୍‌ ରହିଛି, ଯାହା ଗୋଟିଏ ଥର କାମ କରିବ। ଯଦି ଅତିଥି ଉତ୍ସବ ସ୍ଥଳ ଛାଡ଼ି ବାହାରକୁ ଆସନ୍ତି ତେବେ ସେ ଆଉ ପ୍ରବେଶ କରିପାରିବେ ନାହିଁ। ପ୍ରଥମ ନିମନ୍ତ୍ରଣ ଅଯୋଧ୍ୟା ମାମଲାର ମୁସଲମାନ ପ୍ରତିପକ୍ଷ ଇକ୍‌ବାଲ ଅନ୍‌ସାରୀଙ୍କ ପାଖକୁ ପଠାଯାଇଥିଲା। ସେହିପରି ୧୦ ହଜାରରୁ ଅଧିକ ଲୋକଙ୍କ ଶେଷକୃତ୍ୟ ସମ୍ପନ୍ନ କରିଥିବା ପଦ୍ମଶ୍ରୀ ମହମ୍ମଦ ଶରିଫ୍‌ଙ୍କୁ ମଧ୍ୟ ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ତେବେ ରାମମନ୍ଦିର ଆନ୍ଦୋଳନର ପ୍ରମୁଖ ନେତା ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଜୋଷୀ ଏବଂ ଉମା ଭାରତୀ ଉତ୍ସବରେ ଯୋଗଦେବେ ନାହିଁ। ଆଡଭାନୀ, ଜୋଷୀଙ୍କୁ ଫୋନ୍‌ ଯୋଗେ ନିମନ୍ତ୍ରଣ କରାଯାଇଥିବା କୁହାଯାଉଥିଲାବେଳେ ମହାମାରୀ କାରଣରୁ ଉମା ଭାରତୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ମନା କରିଦେଇଛନ୍ତି। ସୋମବାର ଗୌରୀ ଗଣେଶ ପୂଜାରୁ ରାମମନ୍ଦିର ଭୂମିପୂଜା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ପୂଜାପାଠ ସହ ହିନ୍ଦୁ ରୀତିନୀତିରେ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ପୂର୍ବାହ୍ନ ୮ଟାରୁ ୧୧ ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ ସହ ପୂଜା ଆରମ୍ଭ ହୋଇଛି। ବିଭିନ୍ନ ମନ୍ଦିରରେ ମନ୍ତ୍ର, ଆରତି ଓ ରାମାୟଣ ପାଠ କରାଯାଇଛି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ସୋମବାର ଅଯୋଧ୍ୟା ଗସ୍ତକରି ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ହନୁମାନଗଡ଼ି ମନ୍ଦିରକୁ ସାନିଟାଇଜ୍‌ କରାଯାଇଛି। ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀ ଖୁସି ଜାହିର କରିବା ସହ ଟୁଇଟରରେ ଭକ୍ତମାନଙ୍କୁ ଘରେ ରହି ଦୀପ ଜାଳିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri