ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ, ୨୨ା୧୨: ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି। ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ ପ୍ରସିଦ୍ଧି ଆଣି ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛି। ଏଭଳି ପବିତ୍ର ମାଟିକୁ ଆସି ଓ ଆପଣମାନଙ୍କ ସହିତ ମିଶିବାର ସୁଯୋଗ ପାଇ ମୁଁ ବହୁତ ଖୁସି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ସାରା ବିଶ୍ୱକୁ ଏକ ପରିବାର ଭାବରେ ଗ୍ରହଣ କରି ମହିମା ଧର୍ମ ସରଳ ଜୀବନ, ସମ୍ୟତା ଓ ଜଗତକଲ୍ୟାଣରେ ବିଶ୍ୱାସ କରେ। ମହିମା ଧର୍ମର ମହାନ ସନ୍ଥ ଭୀମ ଭୋଇଙ୍କ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ଅଟେ। ଜଗତକଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗ କରିବାର ଚିନ୍ତାଧାରା ଆମକୁ ମହିମା ଧର୍ମ ଶିକ୍ଷା ଦେଇଛି ବୋଲି କହି ମହିମା ଧର୍ମପୀଠର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ କହିଥିଲେ। ଖୁବ ଶୀଘ୍ର କାମ ଆରମ୍ଭ ହେବା ସହିତ ୩ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଶେଷ ହୋଇ ଢେଙ୍କାନାଳ ଜିଲ୍ଲାକୁ ଏହି ପୀଠ ଏକ ନୂଆ ପରିଚୟ ଦେବ ବୋଲି ସେ କହିଥିଲେ। ଯୋରନ୍ଦାକୁ ଓଡିଶା ତଥା ଭାରତର ଆଧ୍ୟାତ୍ମିକ ପର୍ଯ୍ୟଟନ ମାନଚିତ୍ରରେ ଏକ ପ୍ରମୁଖ ପୀଠ ଭାବରେ ପରିଗଣିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରି ଆଗାମୀ ମାଘ ମେଳା ଓ ଅଗ୍ନି ପୂର୍ଣ୍ଣିମା ପାଇଁ ଶୁଭେଚ୍ଛା ଜଣାଇଥିଲେ ।

କାର୍ଯ୍ୟକ୍ରମରେ ରାଜ୍ୟ ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ କହିଥିଲେ ଯେ ଢେଙ୍କାନାଳ ଜିଲ୍ଲା ଓଡିଶାକୁ ମହିମା ଧର୍ମ ଦେଇଛି। ଏହି ଧର୍ମର ପ୍ରସାର ଓ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସହଯୋଗ ଯୋଗାଇ ଦେଇ ମହିମା ଧର୍ମ ପ୍ରତି ତାଙ୍କର ଆନ୍ତରିକତାକୁ ପ୍ରଦର୍ଶନ କରିଛନ୍ତି।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଯୋଗଦେଇ କହିଲେ ଯେ ବହୁତ ଲୋକଙ୍କ ବିରୋଧ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଏହି ପୀଠର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି। ଦୁନିଆକୁ ସରଳତା, ସ୍ୱଚ୍ଛତା, ସେବା ଓ ନିସ୍ୱାର୍ଥପରତାର ବାର୍ତ୍ତା ଦେଉଥିବା ଏହି ମହିମା ଧର୍ମକୁ ଆଗେଇ ନେବାକୁ ହେବ। ଆମ ମୁଖ୍ୟମନ୍ତ୍ରୀ ଶ୍ରେୟ ପାଇଁ ନୁହେଁ, ସେବା ମନୋବୃତ୍ତି ନେଇ କାମ କରିଥାନ୍ତି ବୋଲି କହି ଏହି ପୀଠ ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ମହିମା ପୀଠର ବିକାଶ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ତାଙ୍କ ହୃଦୟରେ ସ୍ଥାନ ଦେଇଛନ୍ତି। ଏଥି ସହିତ ଓଡିଶାର ସମସ୍ତ ମହିମା ପୀଠର ବିକାଶ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ମହେଶ କୁମାର ସାହୁ, ବିଧାୟକ ସୁଧିର କୁମାର ସାମଲ, ପରଜଙ୍ଗ ବିଧାୟକ ଡ. ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଜିଲ୍ଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ପ୍ରମୁଖ ଯୋଗ ଦେଇ ଧର୍ମାନୁଷ୍ଠାନଠାରୁ ଆରମ୍ଭକରି ଗ୍ରାମଦେବୀଙ୍କ ପୀଠ ପର୍ଯ୍ୟନ୍ତ ଓଡିଶାବାସୀଙ୍କ ସମସ୍ତ ଧର୍ମୀୟ ଭାବନା ଓ ଭାବାବେଗକୁ ଆମ ମୁଖ୍ୟମନ୍ତ୍ରୀ ସମ୍ମାନ ଦେଉଛନ୍ତି ବୋଲି କହିବା ସହିତ ମହିମା ଧର୍ମ ପ୍ରତି ଆନ୍ତରିକତା ଏବଂ ବିକାଶ ପାଇଁ ତାଙ୍କର ଉଦ୍ୟମ ସବୁଦିନ ପାଇଁ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ବୋଲି ସେମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri