ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ, ୨୨ା୧୨: ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ହେଉଛି ଦେବ ଭୂମି ଓ ପୂଣ୍ୟ ଭୂମି। ମହିମା ଧର୍ମ ଯୋରନ୍ଦା ମାଟିକୁ ପବିତ୍ର କରିବା ସହ ପ୍ରସିଦ୍ଧି ଆଣି ଭାରତର ଆଧ୍ୟାତ୍ମିକ ମାନଚିତ୍ରରେ ସ୍ୱତନ୍ତ୍ର ସ୍ଥାନ ଦେଇଛି। ଏଭଳି ପବିତ୍ର ମାଟିକୁ ଆସି ଓ ଆପଣମାନଙ୍କ ସହିତ ମିଶିବାର ସୁଯୋଗ ପାଇ ମୁଁ ବହୁତ ଖୁସି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ସାରା ବିଶ୍ୱକୁ ଏକ ପରିବାର ଭାବରେ ଗ୍ରହଣ କରି ମହିମା ଧର୍ମ ସରଳ ଜୀବନ, ସମ୍ୟତା ଓ ଜଗତକଲ୍ୟାଣରେ ବିଶ୍ୱାସ କରେ। ମହିମା ଧର୍ମର ମହାନ ସନ୍ଥ ଭୀମ ଭୋଇଙ୍କ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ଅଟେ। ଜଗତକଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗ କରିବାର ଚିନ୍ତାଧାରା ଆମକୁ ମହିମା ଧର୍ମ ଶିକ୍ଷା ଦେଇଛି ବୋଲି କହି ମହିମା ଧର୍ମପୀଠର ଉନ୍ନତି ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ କହିଥିଲେ। ଖୁବ ଶୀଘ୍ର କାମ ଆରମ୍ଭ ହେବା ସହିତ ୩ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଶେଷ ହୋଇ ଢେଙ୍କାନାଳ ଜିଲ୍ଲାକୁ ଏହି ପୀଠ ଏକ ନୂଆ ପରିଚୟ ଦେବ ବୋଲି ସେ କହିଥିଲେ। ଯୋରନ୍ଦାକୁ ଓଡିଶା ତଥା ଭାରତର ଆଧ୍ୟାତ୍ମିକ ପର୍ଯ୍ୟଟନ ମାନଚିତ୍ରରେ ଏକ ପ୍ରମୁଖ ପୀଠ ଭାବରେ ପରିଗଣିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରି ଆଗାମୀ ମାଘ ମେଳା ଓ ଅଗ୍ନି ପୂର୍ଣ୍ଣିମା ପାଇଁ ଶୁଭେଚ୍ଛା ଜଣାଇଥିଲେ ।

କାର୍ଯ୍ୟକ୍ରମରେ ରାଜ୍ୟ ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ କହିଥିଲେ ଯେ ଢେଙ୍କାନାଳ ଜିଲ୍ଲା ଓଡିଶାକୁ ମହିମା ଧର୍ମ ଦେଇଛି। ଏହି ଧର୍ମର ପ୍ରସାର ଓ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସହଯୋଗ ଯୋଗାଇ ଦେଇ ମହିମା ଧର୍ମ ପ୍ରତି ତାଙ୍କର ଆନ୍ତରିକତାକୁ ପ୍ରଦର୍ଶନ କରିଛନ୍ତି।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଯୋଗଦେଇ କହିଲେ ଯେ ବହୁତ ଲୋକଙ୍କ ବିରୋଧ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଏହି ପୀଠର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି। ଦୁନିଆକୁ ସରଳତା, ସ୍ୱଚ୍ଛତା, ସେବା ଓ ନିସ୍ୱାର୍ଥପରତାର ବାର୍ତ୍ତା ଦେଉଥିବା ଏହି ମହିମା ଧର୍ମକୁ ଆଗେଇ ନେବାକୁ ହେବ। ଆମ ମୁଖ୍ୟମନ୍ତ୍ରୀ ଶ୍ରେୟ ପାଇଁ ନୁହେଁ, ସେବା ମନୋବୃତ୍ତି ନେଇ କାମ କରିଥାନ୍ତି ବୋଲି କହି ଏହି ପୀଠ ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ମହିମା ପୀଠର ବିକାଶ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ତାଙ୍କ ହୃଦୟରେ ସ୍ଥାନ ଦେଇଛନ୍ତି। ଏଥି ସହିତ ଓଡିଶାର ସମସ୍ତ ମହିମା ପୀଠର ବିକାଶ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ମହେଶ କୁମାର ସାହୁ, ବିଧାୟକ ସୁଧିର କୁମାର ସାମଲ, ପରଜଙ୍ଗ ବିଧାୟକ ଡ. ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଜିଲ୍ଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ପ୍ରମୁଖ ଯୋଗ ଦେଇ ଧର୍ମାନୁଷ୍ଠାନଠାରୁ ଆରମ୍ଭକରି ଗ୍ରାମଦେବୀଙ୍କ ପୀଠ ପର୍ଯ୍ୟନ୍ତ ଓଡିଶାବାସୀଙ୍କ ସମସ୍ତ ଧର୍ମୀୟ ଭାବନା ଓ ଭାବାବେଗକୁ ଆମ ମୁଖ୍ୟମନ୍ତ୍ରୀ ସମ୍ମାନ ଦେଉଛନ୍ତି ବୋଲି କହିବା ସହିତ ମହିମା ଧର୍ମ ପ୍ରତି ଆନ୍ତରିକତା ଏବଂ ବିକାଶ ପାଇଁ ତାଙ୍କର ଉଦ୍ୟମ ସବୁଦିନ ପାଇଁ ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ବୋଲି ସେମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri