କେନ୍ଦ୍ରାପଡ଼ା, ୬।୯ (ଜଗନ୍ନାଥ ଧଳ): ପ୍ଲାଷ୍ଟିକ ମାଟିରେ ନ ମିଶିବାରୁ ଭୂତଳ ଜଳସ୍ତର କମିବାରେ ଲାଗିଛି। ତେଣୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ସାରାଦେଶରେ ୨୦୧୬ ଅକ୍ଟୋବର ୨ରୁ ବର୍ଜବସ୍ତୁ ପରିଚାଳନା ଆଇନକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହାର ପରିଚାଳନାରେ କେନ୍ଦ୍ରାପଡ଼ା ପୌର ପ୍ରଶାସନ ପଛରେ ପଡ଼ିଛି। ଏ ନେଇ ନ୍ୟାଶନାଲ ଗ୍ରୀନ ଟ୍ରିବୁନାଲ (ଏନ୍ଜିଟି) ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ଆଇନ ପ୍ରଣୟନର ୭ ବର୍ଷ ମଧ୍ୟରେ ଏହା କେବଳ ପ୍ରଚାରରେ ସୀମିତ ରହିଛି। ଗୋବରୀ ନଦୀ ଓ କେନାଲ ଏବେ ବର୍ଜ୍ୟବସ୍ତୁରେ ଭର୍ତ୍ତି ହୋଇ ଜଳପଥ ପୋତି ହେଉଛି। ସେହିପରି ସହରର ଡ୍ରେନରେ ଏହି ସାମଗ୍ରୀ ପଡ଼ି ଜଳ ନିଷ୍କାସନରେ ବାଧା ସୃଷ୍ଟି କରୁଛି।
ଏ ସମ୍ପର୍କରେ ଖଡ଼ଇଙ୍ଗର ମନୋଜ କୁମାର ସିଂହ କହିଛନ୍ତି, ୧୫୪ ବର୍ଷର ପୁରୁଣା ଏହି ପୌରାଞ୍ଚଳରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍ ଢଙ୍ଗରେ ହୋଇପାରୁନାହିଁ। ପୂର୍ବରୁ ଗୋବରୀ ନଦୀ ଓ କେନାଲ ଜଳକୁ ସ୍ନାନ ଶୌଚ ଆଦିରେ ବ୍ୟବହାର କରାଯାଉଥିଲା। ଏବେ ଏହି ଦୁଇ ଜଳପଥ ଅଳିଆ ଆବର୍ଜନାରେ ଭରିଯାଇଛି। ଘରୋଇ ଅଶୌଚ କାର୍ଯ୍ୟରେ ନଦୀ ଜଳ ବ୍ୟବହାର କରାଯାଉଛି। ମାତ୍ର ଏହି ଜଳ ପ୍ରଦୂଷିତ ହୋଇଥିବାରୁ ସ୍ନାନ କଲେ ଶରୀର କୁଣ୍ଡାଇ ହେଉଛି। ବହୁଦିନ ଧରି ଏହି ଜଳ ଉତ୍ସରେ ଚିଙ୍ଗୁଡିଆ ଦଳ ଭରି ରହିଥିଲେ ମଧ୍ୟ ଜଳ ସମ୍ପଦ ବିଭାଗ ଏହାକୁ ସଫା କରିବାକୁ ବ୍ୟଗ୍ର ନୁହନ୍ତି। ଫଳରେ ବର୍ଷାଦିନେ ପୂତି ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ସାମାଜିକ କର୍ମୀ ସେକ୍ ସାବିର କହିଛନ୍ତି, ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରାପଡ଼ା ସହର ପାଇଁ ସମସ୍ୟା ସୃଷ୍ଟି କରିଛି। ଜଣେ ଲୋକ ଦିନକୁ ହାରାହାରି ୫୦୦ ଗ୍ରାମର ଜୈବିକ ଓ ଅଜୈବିକ (ପ୍ଲାଷ୍ଟିକ ଆଦି) ବର୍ଜ୍ୟବସ୍ତୁ ନିଷ୍କାସନ କରୁଥିବା ବେଳେ ମାସକୁ ସହରରେ ୭୫ ମେଟ୍ରିକ ଟନ ବର୍ଜ୍ୟବସ୍ତୁ ନିର୍ଗତ ହେଉଛି। ବର୍ଜ୍ୟବସ୍ତୁ ପରିଚାଳନା ଆଇନ କାର୍ଯ୍ୟକାରୀ ହେଉ ନ ଥିବାରୁ ବହୁ ପାଇଖାନାର ପାଇପ ମୁହଁ ଗୋବରୀ ନଦୀ ଓ କେନାଲକୁ ରହିଛି। ୨୦୧୬ରେ ପ୍ଲାଷ୍ଟିକ ବର୍ଜନ ପାଇଁ ପୌର ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଥିଲା। ତେବେ ପ୍ରଶାସନିକ ଅବହେଳା କାରଣରୁ କିଛିଦିନ ପରେ ଏ ନେଇ ଗୁରୁତ୍ୱ ରହିଲା ନାହିଁ। ଫଳରେ ବ୍ୟବସାୟ ଅନୁଷ୍ଠାନଠାରୁ ଆରମ୍ଭ କରି ଘରେ ପ୍ଲାଷ୍ଟିକ ଥଳିର ବ୍ୟବହାର ପୁନର୍ବାର ବଢ଼ିଯାଇଛି। ପରିବେଶବିତ ସେକ୍ ଚାନ୍ଦ କହିଛନ୍ତି, ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପାଇଁ ବିପଦ ସୃଷ୍ଟି କରିଛି। କିଛି ବୁଲା ଗୋରୁ ଓ କୁକୁର ଖାଦ୍ୟ ସାମଗ୍ରୀ ସହିତ ପ୍ଲାଷ୍ଟିକକୁ ଗିଳି ଦେଉଛନ୍ତି। ଏହି ପ୍ଲାଷ୍ଟିକ ସମ୍ପୃକ୍ତ ଜୀବଜନ୍ତୁଙ୍କ ପାକସ୍ଥଳୀକୁ ଯାଇ ବିପଦ ସୃଷ୍ଟି କରୁଛି। ସେହିପରି ପ୍ଲାଷ୍ଟିକ ମାଟିରେ ମିଶି ପାରୁ ନ ଥିବାରୁ ବର୍ଷା ଜଳ ଭୂଗର୍ଭକୁ ଯାଇପାରୁନାହିଁ। ଫଳରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆଗାମୀ ଦିନରେ ଏହା ସହରବାସୀଙ୍କ ପାଇଁ ବିପଦ ସୃଷ୍ଟି କରିବ। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ବିଶ୍ୱାଳଙ୍କୁ ପଚାରିବାରେ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରାଯାଇଛି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସହରର ପ୍ରତ୍ୟେକ ସ୍ଥାନରେ ଡଷ୍ଟବିନ ଯୋଗାଇ ଦିଆଯାଇଛି। ଏଥିସହ ବ୍ୟବସାୟୀ ଓ ସହରବାସୀଙ୍କ ମଧ୍ୟରେ ପ୍ଲାଷ୍ଟିକ ବ୍ୟବହାର ବନ୍ଦ ପାଇଁ ସଚେତନତା ସୃଷ୍ଟି କରାଯାଉଛି।
Posted inHome Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍ ନା ଷଡ଼ଯନ୍ତ୍ର?
ଓ୍ବାଶିଂଟନ୍,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ…
ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା
ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…
ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…
ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…
ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…
ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…
ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ
ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…
ସୃଜନଶୀଳତାକୁ ପ୍ରାଧାନ୍ୟ
ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…
Archives

