ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି ହୋଇଛନ୍ତି । ସେ ହେଉଛନ୍ତି ହୀରାକୁଦ ଥାନା ଅନ୍ତର୍ଗତ ଗୁଜାତଳ ଅଞ୍ଚଳର ଗଗନ ଜଗଦୀଶ(୨୦)।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆହତ ଗଗନଙ୍କ ନାମରେ ପୂର୍ବରୁ ମଧ୍ୟ ଅନେକ ଅପରାଧିକ କାର୍ଯ୍ୟକଳାପ ଓ ଗଣ୍ଡଗୋଳର ଅଭିଯୋଗ ରହିଥିଲା । ବିଗତ ଦିନରେ ଏକ ମାମଲାରେ ସେ ଗିରଫ ହୋଇ ଜେଲ ମଧ୍ୟ ଯାଇଥିଲେ। ନିକଟରେ ଜେଲରୁ ବାହାରିବା ପରେ ସେ ପୁଣି ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ସହ ଝଗଡ଼ା ଓ ଗଣ୍ଡଗୋଳ କରିବା ଆରମ୍ଭ କରିଥିଲେ । ମଙ୍ଗଳବାର ରାତିରେ ମଧ୍ୟ ଏକ ଗଣ୍ଡଗୋଳ ଘଟଣାକୁ ନେଇ ପୋଲିସ ତାଙ୍କୁ ଥାନାକୁ ଆଣିଥିଲା, ପରେ ପରିବାର ଲୋକଙ୍କୁ ଡାକି ଜିମା ଦିଆଯାଇଥିଲା । ତେବେ ବୁଧବାର ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେତେକ ଯୁବକଙ୍କୁ ମାରପିଟ୍‌ କରିଥିଲେ। ଫଳରେ ଉକ୍ତ ଯବକମାନେ ପ୍ରତିକ୍ରିୟାଶୀଳ ହୋଇ ଗଗନଙ୍କୁ ସଂଘବଦ୍ଧ ଭାବେ ଛୁରୀରେ ଆକ୍ରମଣ କରିଥିଲେ । ଏଥିରେ ସେ ଗୁରୁତର ଆହତ ହୋଇଥିଲେ ।
ଖବର ପାଇ ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭିମ୍‌ସାରରେ ଭର୍ତ୍ତି କରିଛି । ଅପରପକ୍ଷରେ ଆକ୍ରମଣ ଶିକାର ଆହତ ଗଗନଙ୍କ ପିତା କରୁଣାକର ଜଗଦୀଶ ତାଙ୍କ ପୁତ୍ରକୁ ୪ ଜଣ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି । ତାଙ୍କ ଏତଲା କ୍ରମେ ହୀରାକୁଦ ଥାନାରେ ୪ ଜଣଙ୍କ ବିରୋଧରେ କେସ ନମ୍ବର ୧୨୧/୨୦୨୬ରେ ଏକ ମାମଲା ରୁଜୁ ପୋଲିସ ତଦନ୍ତ ଆରମ୍ଭ କରି ସନ୍ଦେହରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସେହିପରି ଅନ୍ୟ ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି । ବର୍ତ୍ତମାନ ଗଗନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି ବୋଲି ପୋଲିସ କହିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri