ଜାଲ ଟଣାକୁ କେନ୍ଦ୍ର କରି ୨ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୧୪ରୁ ଊର୍ଦ୍ଧ୍ୱ ଆହତ, ଉଭୟ ପକ୍ଷରୁ ଥାନାରେ ଏତଲା

ନିରାକାରପୁର,୮।୩(ଡି.ଏନ୍‌.ଏ.): ସାରା ଦେଶରେ ବୁଧବାର ବହୁ ଧୁମ୍‌ଧାମ୍‌ରେ ହୋଲି ପର୍ବ ପାଳନ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲାରେ ଏକ ଅଘଟଣ ଘଟିଛି। ମାଛ ଧରା ଜାଲକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଉଭୟ ପକ୍ଷରୁ ୧୪ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ଚାରିଆଡେ ହୋଲି ଖେଳ ଚାଲିଥିବା ବେଳେ ଖୋର୍ଦ୍ଧାର ସୀମାନ୍ତ ଅଞ୍ଚଳ ଭାବେ ପରିଚିତ ଟାଙ୍ଗୀ ବ୍ଲକ ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ପଞ୍ଚାୟତ ସରସ୍ବତୀ ନଗର ଏବଂ ପୁରୀ ଜିଲା ଗଦିଶଗୋଦା ଥାନା ଆଡାଲ ପଞ୍ଚାୟତ ଗଙ୍ଗାଧରପୁର ମଧ୍ୟରେ ମାଛ ଜାଲକୁ କେନ୍ଦ୍ର କରି ପ୍ରଥମେ ପାଟିତୁଣ୍ଡ ହୋଇଥିଲା। ପରେ ଏହା ଏକ ଗୋଷ୍ଠି ସଂଘର୍ଷରେ ପରିଣତ ହୋଇଥିଲା। ଏଥିରେ ଉଭୟ ପକ୍ଷରୁ ୧୪ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ଖବରପାଇ ପ୍ରଥମେ ଗଦିଶଗଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଣ୍ଡଗୋଳକୁ ନିୟନ୍ତ୍ରଣ କରିବା ସହ ଶାନ୍ତିଶୃଙ୍ଖଳା ରକ୍ଷା କରିଥିବା ବେଳେ ପରେ ଟାଙ୍ଗୀ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଅନ୍ୟପଟେ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ସେହିପରି ଥାନାରେ ସରପଞ୍ଚ ମଧ୍ୟ ପହଞ୍ଚିବା ପରେ ଉଭୟ ପକ୍ଷରୁ ଆସନ୍ତା ୧୯ ତାରିଖରେ ଭଦ୍ରବ୍ୟକ୍ତିଙ୍କ ମାଧ୍ୟମରେ ସମାଧାନ ପାଇଁ ରାଜି ହେବାରୁ ପୋଲିସ ସେମାନଙ୍କୁ ଛାଡ଼ିଦେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri