ଜିଏମ୍‌ୟୁରେ ଗୋଷ୍ଠୀ ସଂଘର୍ଷ: ୩ ଆହତ

ସମ୍ବଲପୁର, ୨।୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ପରିସରରେ ମଙ୍ଗଳବାର ସମ୍ବଲପୁରୀ ଦିନ୍‌ କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ୩ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଛାତ୍ରନେତା ତଥା ଏବିଭିପି ରାଜ୍ୟ ସହ ସମ୍ପାଦକ ଶ୍ୱେତାଂଶୁ ବରାଇ, ଜିଲା ସଂଯୋଜକ ପ୍ରୀତିଶ କର ଓ ଶୁଭମ୍‌ ପ୍ରସାଦ। ୨ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ଥାନାରେ ଉଭୟ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ ଅପରାହ୍ନ ପ୍ରାୟ ୨ଟା ସମୟରେ ସମ୍ବଲପୁରୀ ଦିନ୍‌ ପାଳନ ଅବସରରେ ଛାତ୍ରୀଛାତ୍ର ନାଚଗୀତରେ ମଜି ରହିଥିଲେ। ଏହି କାର୍ଯ୍ୟକ୍ରମ ପରେ କେତେଜଣ ଛାତ୍ର ଯାଉଥିବା ସମୟରେ ଅନ୍ୟ ଗୋଷ୍ଠୀ ପିଲା କମେଣ୍ଟ ମାରିଥିଲେ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା। ଜଣେ ଛାତ୍ର ମାଡ଼ ଖାଇବା ପରେ ସେ ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ତାଙ୍କ ସାଙ୍ଗମାନଙ୍କୁ ଘଟଣା ବିଷୟରେ କହି ସେଠାକୁ ଡାକିଥିଲେ। କିଛିସମୟ ମଧ୍ୟରେ ପ୍ରାୟ ୧୫ଜଣ ଛାତ୍ର ବିଶ୍ୱବିଦ୍ୟାଳୟ ଗେଟ ପାଖରେ ଜମା ହୋଇଥିଲେ। ଉଭୟ ଗୋଷ୍ଠୀ ଭିତରେ ମାରପିଟ ହୋଇଥିଲା। ଗଣ୍ଡଗୋଳ କରିଥିବା ଛାତ୍ରମାନେ ଅନ୍ୟ କଲେଜ ଓ ଅଣଛାତ୍ର ବୋଲି କୁହାଯାଉଛି। ଏ ସମ୍ପର୍କରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?