ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଛି । ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଯୁବକଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ଗୁରୁତର ଯୁବକ ହେଲେ ତୁଟାପାଳ ଅଞ୍ଚଳର ଦିଲ୍ଲୀପ ମହାଳିକ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦାଦା ବଟି ଆଦାୟକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଉଭୟ ପକ୍ଷରୁ ଢେଲା ମାଡ ଓ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବାବେଳେ ଚାରି, ପାଞ୍ଚ ଜଣ ଆହତ ହୋଇଥିବା ସୂଚନା। ଗୁରୁତର ଯୁବକ ଗ୍ରୋସରୀ ଦୋକାନରେ ରହିଥିବାବେଳେ ଦୋକାନ ସମ୍ମୁଖରେ ବାଇକରେ ଆସି ଅତର୍କିତ ଭାବରେ ଆକ୍ରମଣ କରିଥିଲେ ଦୁଇ ଯୁବକ। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଭିନ୍ନ ସମୟରେ ଗୁଜୁରି ବଜାର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ଦେଖା ଦେଉଥିବାବେଳେ ପୋଲିସର ଏଥିପ୍ରତି ନିଘା ନଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri