ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ ପିଣ୍ଟୁ ଦାସ (ପିଙ୍କୁ)। ଅନ୍ୟ ୬ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ପଥରା ପଞ୍ଚାୟତରେ ଥିବା ଦେଶୀ ମଦ ଭେଣ୍ଡର ଏବଂ ଚୋରା ବେପାରୀଙ୍କ ମଧ୍ୟରେ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏପରି ସଂଘର୍ଷ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।ପଥରା ଓଡ଼ିଆ ସାହିର ଧନୁ ପଲେଇ ଗାଁରେ ଥିବା ଏକ ସରକାରୀ ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟି ଚଳାଉଥିଲେ। ଲକ୍‌ଡାଉନ୍‌ ଯୋଗୁ ସରକାରୀ ଭାଟି ବନ୍ଦ ପରେ ଗାଁରେ ଚୋରାମଦ ବେପାର ବଢିଥିଲା। ଜୁଲାଇ ୧ରୁ ସରକାର ମଦ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେବାପରେ ଚୋରା ବେପାରୀଙ୍କ କାରବାର ବନ୍ଦ ହୋଇଯାଇଥିଲା। ଏନେଇ ଉଭୟ ପକ୍ଷ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା।ମଝିସାହି ଛକରେ ଥିବା ମଣ୍ଡପରେ ରାତି ପ୍ରାୟ ୯ଟାରେ ଖଟିଆ ସାହିର ପିଣ୍ଟୁ ଦାସ, ରଞ୍ଜନ ଭାଙ୍ଗ, ଧ୍ରୁବ ଟହଲ, ସୁମନ ସୁବୁଦ୍ଧି ଓ ସଞ୍ଜୟ ସୁବୁଦ୍ଧି ବସିଥିଲେ। ପଥରା ଓଡ଼ିଆ ସାହିର ଧନୁ ପଲେଇ ଏବଂ ତାଙ୍କ ସହଯୋଗୀ ସେଠାରେ ପହଞ୍ଚତ୍ବା ପରେ କୌଣସି ବିଷୟକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଖଣ୍ଡା କାତିରେ ପରସ୍ପରକୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ପହଞ୍ଚତ୍ ଆହତମାନଙ୍କୁ ଖଲ୍ଲିକୋଟ ଡ଼ାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ପିଣ୍ଟୁଙ୍କୁ ମୃତ ଘୋଷଣା କରିଥିଲେ। ରଞ୍ଜନଙ୍କ ଅବସ୍ଥା ଗୁରୁତର ଥିବାରୁ ପରିବାର ଲୋକେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ନେଇଛନ୍ତି। ସେହିପରି ଧ୍ରୁବ, ସୁମନ, ଧନୁ, ତୋଫାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଶନିବାର ଗ୍ରାମରେ ଉତ୍ତେଜନା ଲାଗିରହିଛି। ଖଟିଆ ସାହିର ଶତାଧିକ ମହିଳା, ପୁରୁଷ ଗାଁ ମୁଖ୍ୟରାସ୍ତା ଅବରୋଧ କରି ରଖିଛନ୍ତି। ଛତ୍ରପୁର ଆଡିସନାଲ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୌତମ କିଷାନ, ଖଲ୍ଲିକୋଟ ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ ୨ ପ୍ଲାଟୁନ୍‌ ଫୋର୍ସ ସହ ଗଁାରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରୁଛନ୍ତି। ଖଲ୍ଲିକୋଟ ପୋଲିସ ମାମଲା (ନଂ.୨୬୭/୨୦) ରୁଜୁକରି ୪ଜଣଙ୍କୁ ଗିରଫ କରିଛି। ମଝିସାହି ଛକରେ ଥିବା କେତେକ କ୍ୟାବିନ୍‌କୁ ଉତ୍ତ୍ୟକ୍ତ ଲୋକେ ଭାଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri